Advertisment

ବାଣ କାରଖାନାରେ ବିସ୍ଫୋରଣ, 8 ମୃତ

ପଶ୍ଚିମବଙ୍ଗର ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ଚାଲିଯାଇଛି 8 ଜଣଙ୍କ ଜୀବନ, କାଧିକ ଆହତ...

author-image
Debibandita Barick
ଅଦ୍ୟତନ ହୋଇଛି
Blast In Cracker Factory WB

Blast In Cracker Factory WB

ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ। 8 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଆଜି ସକାଳେ ଏହି ବିସ୍ଫୋରଣ ଘଟିଥିଲା। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି।

Advertisment

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ 10ଟା ସମୟରେ ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। କାରଖାନାର ଛାତ ଉଡିଯିବାରୁ ଅନୁମାନ କରାଯାଉଛି ବିସ୍ଫୋରଣ କେତେ ଭୟଙ୍କର ଥିଲା। ଖବର ପାଇ ଉଦ୍ଧାରକାରୀ ଟିମ୍ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ସେପଟେ, ଟିଏମସି ନେତାଙ୍କ ସହାୟତାରେ ଏହି ବେଆଇନ ବାଣ କାରଖାନା ଚାଲିଛି ଏବଂ ଏଥିପାଇଁ ପୁଲିସକୁ ମଧ୍ୟ ଟଙ୍କା ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଏପରି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଅନ୍ୟ ଏକ ବାଣ କାରଖାନାକୁ ନଷ୍ଟ କରି ଦେଇଥିବା ସୂଚନା ମିଳିଛି ।