Advertisment

କାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ମୋଟ୍ ୧୦୨ ସିଟ୍‌ରେ ହେବ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

author-image
Niharika Rout
Polling Party

Polling Party

ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

Advertisment

ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ। ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ୱୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରିବେ ଜନ ସାଧାରଣ। ଏହାବାଦ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ।

ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା ଦେବେ ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ ଓ କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ।

Advertisment

ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।

Election