Advertisment

ଭୁଶୁଡ଼ିଲା ନିର୍ମାଣାଧୀନ ୫ ମହଲା କୋଠା; ୨ ମୃତ, ୧୫ ଗୁରୁତର

ଏକ ନିର୍ମାଣାଧୀନ ୫ ମହଲା ଘର ଭୁଶୁଡ଼ି ପଡ଼ିବାରୁ ତା’ ଭିତରେ ବହୁ ଲୋକ ଚାପି ହୋଇ ରହିଥିବା ଅନୁମାନ କରାଯାଇଛି।

author-image
Niharika Rout
ଅଦ୍ୟତନ ହୋଇଛି
Building collapse

Building collapse

କୋଲକତାର ଗାର୍ଡେନ ରିଚ୍‌ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ଭୟଙ୍କର ଘଟଣା ଘଟିଛି। ଏକ ନିର୍ମାଣାଧୀନ ୫ ମହଲା ଘର ଭୁଶୁଡ଼ି ପଡ଼ି  ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। କୋଠା ତଳେ ଚାପି ହୋଇଥିବା ୧୫ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହାବାଦ ଆହୁରି ବହୁ ଲୋକ ଚାପି ହୋଇ ରହିଥିବା ଅନୁମାନ କରାଯାଇଛି।  ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଇଛି। ମୃତାହତମାନେ ଶ୍ରମିକ ହୋଇଥିବା ଜଣାପଡ଼ିଛି।

Advertisment

କୋଲକତା ମ୍ୟୁନିସିପାଲିଟି ଅଞ୍ଚଳରେ ଥିବା ଗାର୍ଡେନ ରିଚ୍‌ ଅଞ୍ଚଳରେ ଏକ ନିର୍ମାଣାଧୀନ ୫ ମହଲା ଘର ଗତ ରାତିରେ ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଉକ୍ତ ବିଲ୍ଡିଂ ଚାରିପାଖରେ ଛୋଟ ଛୋଟ ଝୁମ୍ପୁଡ଼ି ଥିବା ବେଳେ ବିଲ୍ଡିଂ ଏକ ଝୁମ୍ପୁଡ଼ି ଉପରେ ପଡ଼ି ଯାଇଥିଲା।

ଖବର ପାଇ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ଭଗ୍ନାଂଶ ତଳୁ ଦୁଇ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ୧୫ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ପଠାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

Advertisment

ଭୁଶୁଡ଼ି ପଡ଼ିଥିବା ବିଲ୍ଡିଂ କାର୍ଯ୍ୟ ଅବୈଧ ରୂପେ ଚାଲିଥିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହାୟତାରେ ଏସବୁ ଚାଲୁଥିବା ସେମାନେ କହିଛନ୍ତି।

ପୁଲିସ୍‌ ଏହି ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି।

West Bengal Building Collapse Kolkata