Advertisment

ଆଖି ବୁଜିଲେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି

ଓମେନ ଚାଣ୍ଡିଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।

Oommen Chandy

Oommen Chandy

Advertisment

ଆଖି ବୁଜିଲେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଓମେନ ଚାଣ୍ଡିଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି ।

Advertisment

ଅସୁସ୍ଥତା ହେତୁ ଓମେନ ଚାଣ୍ଡି ଦୀର୍ଘଦିନ ଧରି ଚିକିତ୍ସାଧିନ ଥିଲେ । ୨୦୧୯ ପରଠାରୁ ଅସୁସ୍ଥତା କାରଣରୁ ଓମେନ ଚାଣ୍ଡି ଚିକିତ୍ସିତ ହେଉଥିବା ବେଳେ ରବିବାର ତାଙ୍କୁ ବେଙ୍ଗାଲୁରୁକୁ ଏୟାରଲିଫ୍ଟ କରାଯାଇଥିଲା । ମାତ୍ର ସେଠାରେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ବେଙ୍ଗାଲୁରୁରେ ତାଙ୍କର ପରଲୋକ ଘଟିଛି ।

ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ କେରଳରେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି। । ସେ ୨୦୦୪ରୁ ୨୦୦୬ ମସିହା ପର୍ଯ୍ୟନ୍ତ ଓ ୨୦୧୧ରୁ ୨୦୧୬ ମସିହା ପର୍ଯ୍ୟନ୍ତ କେରଳ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ପ୍ରାୟ ୫ ଦଶନ୍ଧି ଧରି ରାଜନୀତିରେ ଚାଣ୍ଡିଙ୍କର ସକ୍ରିୟ ଭୂମିକା ଥିଲା ।

Advertisment

ଓମେନ ଚାଣ୍ଡିଙ୍କ ବିୟୋଗରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ଟ୍ୱିଟ କରି ସେ କହିଛନ୍ତି, ଆମର ରାଜନୈତିକ କ୍ୟାରିଅର ଏକସାଙ୍ଗେ ଆରମ୍ଭ ହୋଇଥିଲା । ଓମେନ୍ ଚାଣ୍ଡି ଜଣେ ଦକ୍ଷ ପ୍ରଶାସକ ଏବଂ ଏଭଳି ବ୍ୟକ୍ତିତ୍ୱ ଯିଏ ଲୋକଙ୍କ ସହ ଘନିଷ୍ଠ ଭାବରେ ଜଡିତ ଥିଲେ ବୋଲି ସେ କହିଛନ୍ତି ।

Kerala
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe