Advertisment

ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ

ଜ୍ୱର ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Former President_Pratibha_Patil

Former President_Pratibha_Patil

Advertisment

ଭାରତର ପୂର୍ବତନ ତଥା ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲ ଅସୁସ୍ଥ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହାରାଷ୍ଟ୍ରର ପୁଣେ ସହରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ଜ୍ୱର ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ହସ୍ପିଟାଲ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ କହିବା ମୁତାବକ, ୮୯ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ବୁଧବାର ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଜ୍ୱର ଏବଂ ତାଙ୍କ ଛାତିରେ ସଂକ୍ରମଣ ହୋଇଛି। ଚିକିତ୍ସା ପରେ ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି ଏବଂ ଚିକିତ୍ସିତ ହେଉଛନ୍ତି। ଡାକ୍ତରଙ୍କ କଡା ଦେଖାରଖାରେ ତାଙ୍କୁ ରଖାଯାଇଛି।

Advertisment

କହିରଖୁ ଯେ, ପ୍ରତିଭା ପାଟିଲ ହେଉଛନ୍ତି ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ। ସେ ୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ।

Pratibha Patil Former President Pratibha Patil Hospitalised
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe