ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦ ଜଣ ଆହତ ହୋଇଥିବା କୁହାଯାଉଛି।
ଜଣେ ରେଲଓ୍ୱେ ଅଧିକାରୀଙ୍କ ସୂଚନା ମୁତାବକ, ୮ ମୃତକଙ୍କ ମଧ୍ୟରେ ୫ ଜଣ ଯାତ୍ରୀ ଓ ୩ ଜଣ ରେଲଓ୍ୱେ ଷ୍ଟାଫ୍ ଅଛନ୍ତି। ରେଲଓ୍ୱେ ଷ୍ଟାଫ୍ଙ୍କ ମଧ୍ୟରେ ମାଲବାହୀ ଟ୍ରେନ୍ର ଡ୍ରାଇଭର, ଆସିଷ୍ଟାଣ୍ଟ ଡ୍ରାଇଭର ଓ କଞ୍ଚନଜଙ୍ଗା ଏକ୍ସପ୍ରେସ୍ର ଗାର୍ଡ ପ୍ରାଣ ହରାଇଛନ୍ତି।
ଜଳପାଇଗୁଡି ନିକଟରେ ଏହି ଦୁର୍ଘଟଣା ହୋଇଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଗାଡି ଟ୍ରାକ୍ରେ ଠିଆ ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍କୁ ପଛପଟୁ ଧକ୍କା ଦେଇଛି। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ ପାର୍ସଲ ବଗି ଭୟଙ୍କର ରୂପେ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ସମସ୍ତ ସରକାରୀ ଓ ପ୍ରାଇଭେଟ୍ ହସ୍ପିଟାଲକୁ ଆଲର୍ଟ କରାଯାଇଛି।
#WATCH | Wagons of goods train have derailed after the train collided with Kanchenjunga Express at Ruidhasa in Darjeeling district of West Bengal pic.twitter.com/YZ0OmM6Fgd
— ANI (@ANI) June 17, 2024
ସୂଚନା ମୁତାବକ, ମାଲବାହୀ ଟ୍ରେନ୍ଟି ସିଗନାଲ୍ ଅତିକ୍ରମ କରି କାଞ୍ଚନଜଙ୍ଗା ଟ୍ରେନର ପଛ ଭାଗ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରେନ୍ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏନଡିଆରଏଫ, ଡିଭିଜନାଲ ଟିମ୍ ଏବଂ ୧୫ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି। ରେଲଓ୍ୱେ ରୁଟ୍କୁ କ୍ଲିୟର୍ କରାଯାଉଛି। ସେପଟେ ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଃଖ ପ୍ରକାଶ କରିଛନ୍ତି।
ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ୍ସରେ ପୋଷ୍ଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦାର୍ଜିଲିଂ ଜିଲ୍ଲାର ଫନସେଓ୍ଵା ଅଞ୍ଚଳରେ ଏକ ଦୁଃଖଦ ଟ୍ରେନ୍ ଦୁର୍ଘଟଣା ବିଷୟରେ ଜାଣି ମୁଁ ସ୍ତବ୍ଧ ବୋଲି ସେ ଲେଖିଛନ୍ତି। ସପେଟେ ଘଟଣାସ୍ଥଳରେ ଡିଏମ୍, ଏସ୍ପି, ଡାକ୍ତର, ଆମ୍ବୁଲାନ୍ସ ଓ ବିପର୍ଯ୍ୟୟ ଟିମ୍ ପହଞ୍ଚି ରିଲିଫ, ଉଦ୍ଧାର, ଚିକିତ୍ସା ସହାୟତା ଲୋଡ଼ିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି।
Shocked to learn, just now, about a tragic train accident, in Phansidewa area of Darjeeling district. While details are awaited, Kanchenjunga Express has reportedly been hit by a goods train. DM, SP, doctors, ambulances and disaster teams have been rushed to the site for rescue,…
— Mamata Banerjee (@MamataOfficial) June 17, 2024
ଅନ୍ୟପକ୍ଷରେ ଟ୍ରେନ୍ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ‘ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ‘NDRF, SDRF ଓ ରେଲୱେର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତୁରନ୍ତ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି ବୋଲି ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି କହିଛନ୍ତି।
Unfortunate accident in NFR zone. Rescue operations going on at war footing. Railways, NDRF and SDRF are working in close coordination. Injured are being shifted to the hospital. Senior officials have reached site.
— Ashwini Vaishnaw (@AshwiniVaishnaw) June 17, 2024
ସେପଟେ ଲୋକଙ୍କ ସହାୟତା ପାଇଁ ରେଲୱେ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି।
୦୩୩-୨୩୫୦୮୭୯୪, ୦୩୩-୨୩୮୩୩୩୨୬
୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩
୦୩୬୭୪୨୬୩୯୫୮,୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।