Advertisment

‘ରେମାଲ’ ଇମ୍ପାକ୍ଟ; ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ପ୍ରବଳ ବର୍ଷା

ଲ୍ୟାଣ୍ଡଫଲ୍ ପରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ରେମାଲ’ ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି।

author-image
Niharika Rout
Remal Cyclone

Remal Cyclone

ପ୍ରବଳ ବର୍ଷିଲା। ଉପୁଡ଼ିଲା ଗଛ। ବାତ୍ୟା ‘ରେମାଲ’ ପ୍ରଭାବରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି।

Advertisment

ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ରାସ୍ତାରେ ପଡ଼ିଥିବା ବଡ଼ ବଡ଼ ଗଛକୁ କାଟି ସଫା କରାଯାଉଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ବର୍ଷା ଲାଗି ରହିଛି।

ଲ୍ୟାଣ୍ଡଫଲ୍ ପରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ରେମାଲ’ ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି। ଖୁବଶୀଘ୍ର ଏହା ଏକ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଭୀଷଣ ବାତ୍ୟା ରୂପରେ ଆରମ୍ଭ ହୋଇଥିଲା ‘ରେମାଲ’ର ଲ୍ୟାଣ୍ଡପଲ ପ୍ରକ୍ରିୟା। ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିମି ଥିଲା । ତେବେ କିଛି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୩୫ କିମିରେ ପହଞ୍ଚିଥିଲା।

ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ସାଗର ଆଇଲ୍ୟାଣ୍ଡ ଏବଂ ଖେପୁପାରା ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ପ

ଶ୍ଚିମବଙ୍ଗରଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ସେହିପରି ବାଂଲାଦେଶରେ ବାତ୍ୟା ଲାଗି ତଳିଆ ଅଞ୍ଚଳରୁ ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।

Heavy Rain West Bengal Bangladesh Weather Update Cyclone Remal