Advertisment

ଭୋଟ୍‌ ଦେଉଛି ହରିଆଣା, ମୈଦାନରେ ୧୦୩୧ ପ୍ରାର୍ଥୀ

ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।

Haryana Assembly Poll

Haryana Assembly Poll

Advertisment

ଆଜି ହରିଆଣାରେ ବିଧାନସଭା ନିର୍ବାଚନ। ୯୦ ବିଧାନସଭା ଆସନ ପାଇଁ ଆଜି ସକାଳ ୭ଟାରୁ ଭୋଟ ଗ୍ରହଣ ହେଉଛି। ୨ କୋଟିରୁ ଅଧିକ ଭୋଟର ମତ ଅଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ସମସ୍ତ ବୁଥ ପ୍ରସ୍ତୁତ ଅଛି। ସକାଳୁ ଭୋଟ ଦେବାକୁ ଲୋକଙ୍କ ଭିଡ଼ ଜମିଲାଣି।

Advertisment

ରାଜନୈତିକ ଦୃଷ୍ଟି କୋଣରୁ ଏହି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ। ବିଜେପି ଏଥର ନିର୍ବାଚନ ଜିତି ପୁଣି କ୍ଷମତାକୁ ଫେରିବାକୁ ଉଦ୍ୟମ କରୁଥିବା ବେଳେ କଂଗ୍ରେସ ହରିଆଣା ହାତେଇବାକୁ ପ୍ରାଣମୁର୍ଛା ଉଦ୍ୟମ କରିଛି। ଆଜିର ଭୋଟିଂ ରେଜଲ୍ଟ କାହା ସପକ୍ଷରେ ଯାଉଛି ତା' ଉପରେ ନଜର।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟିଂ ରେକର୍ଡ କରିବା ପାଇଁ ହରିଆଣାବାସୀଙ୍କୁ ଅପିଲ କରିଛନ୍ତି। ସେ ସୋଶାଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି କହିଛନ୍ତି, 'ଆଜି ହରିଆଣା ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ଗଣତନ୍ତ୍ରର ଏହି ପବିତ୍ର ପର୍ବରେ ଅଂଶଗ୍ରହଣ କରିବାକୁ ମୁଁ ସମସ୍ତ ଭୋଟରଙ୍କୁ ନିବେଦନ କରୁଛି। ଭୋଟ୍ ଦେବାରେ ଏକ ନୂତନ ରେକର୍ଡ ସୃଷ୍ଟି କରନ୍ତୁ। ଏହି ଅବସରରେ ରାଜ୍ୟର ସମସ୍ତ ଯୁବ ବନ୍ଧୁଙ୍କୁ ମୋର ଶୁଭେଚ୍ଛା, ଯେଉଁମାନେ ପ୍ରଥମ ଥର ପାଇଁ ଭୋଟ୍ ଦେବାକୁ ଯାଉଛନ୍ତି।'

Advertisment

ଏଥର ହରିଆଣାରେ ମୁଖ୍ୟତଃ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ଆପ୍ ମଧ୍ୟରେ ସିଧା ଲଢ଼େଇ ହେଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ହରିଆଣାର ୯୦ ବିଧାନସଭା ଆସନ ପାଇଁ ଏଥର ମୈଦାନରେ ଅଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ।

ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୨୦ ହଜାର ୬୩୨ ପୋଲିଂ ବୁଥ୍‌ କରାଯାଇଛି। ସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ପାଖାପାଖି ୩୦ ହଜାର ପୁଲିସ କର୍ମୀ ଓ ୨୨୫ ପାରାମିଲିଟାରୀ ନିୟୋଜିତ ଅଛନ୍ତି।

Haryana Assembly Polls Haryana Assembly Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe