Train Derail
ପୁଣି ଲାଇନଚ୍ୟୁତ ହେଲା ଏକ୍ସପ୍ରେସ୍ ଟ୍ରେନ୍ । ଟ୍ରାକରୁ ଖସିଲା ହାୱଡା-ମୁମ୍ବାଇ ଏକ୍ସପ୍ରେସ। ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡର ରାଜଖରସୁଆଁରେ ଲାଇନଚ୍ୟୁତ ହୋଇଛି ଟ୍ରେନ୍। ଏଥିରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।
ଚକ୍ରଧରପୁର ଡିଭିଜନ୍ର ରାଜଖରସୁଆଁରୁ ୭ କିମି ଦୂରରେ ଥିବା ବାରାବମ୍ବୋ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ଭୋର୍ ୩ଟା ୪୫ମିନିଟରେ ଏକ ମାଲବାହୀ ଟ୍ରେନ୍କୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି ହାୱଡା-ମୁମ୍ବାଇ ଏକ୍ସପ୍ରେସ । ଟ୍ରେନ୍ର ୧୮ଟି ବଗି ଟ୍ରାକ୍ରୁ ଖସି ଯାଇଥିବା ଜଣାଯାଇଛି।
ପ୍ରାଥମିକ ସୂଚନା ଅନୁସାରେ, ଏହି ଦୁର୍ଘଟଣାରେ ୬ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ଚକ୍ରଧରପୁର ଡିଭିଜନ୍ ADRM ଓ ରେଲୱେର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲୁ ରହିଛି। ଆହତଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଥିରେ କାହାର ମୃତ୍ୟୁ ହୋଇ ନଥିବା ଚକ୍ରଧରପୁର ଡିଭିଜନ୍ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ପାଇଁ ଚକ୍ରଧରପୁର ଷ୍ଟେସନରୁ ଅତିରିକ୍ତ ଟ୍ରେନ୍ ବ୍ୟବସ୍ଥା କରାଯାଉଛି।
ଏହି ଦୁର୍ଘଟଣା ପରେ ରାଉରକେଲା, ଝାରସୁଗୁଡ଼ା, ଚକ୍ରଧରପୁର, ଟାଟାନଗର ପାଇଁ ହେଲ୍ପଲାଇନ୍ ଜାରି ହୋଇଛି। ରାଉରକେଲା ପାଇଁ ହେଲପ ଲାଇନ୍ ନମ୍ବର- 0661-2501072/2500244/2500191/2500171, ଝାରସୁଗୁଡ଼ା ପାଇଁ ହେଲ୍ପ ଲାଇନ୍ ନମ୍ବର- 06645-272530, ଚକ୍ରଧରପୁର ପାଇଁ ହେଲ୍ପଲାଇନ୍ ନମ୍ବର- 72770, 06587-238072 ଓ ଟାଟାନଗର ପାଇଁ ହେଲ୍ପଲାଇନ୍ ନମ୍ବର- 0657-2290324, RLY-73523
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us