Advertisment

ଏଥର ମୌସୁମୀ ସ୍ୱାଭାବିକ ରହିବ ବୋଲି କହିଲା ଆଇଏମଡି

ସାରା ଦେଶରେ ସ୍ୱାଭାବିକ ବର୍ଷାର ଆକଳନ ହୋଇଥିଲେ ମଧ୍ୟ ଉତ୍ତର ପଶ୍ଚିମ ଭାରତର କିଛି ରାଜ୍ୟରେ ସ୍ୱାଭାବିକ ଠାରୁ କମ ବର୍ଷା ହେବାର ଆଶଙ୍କା ରହିଛି।

Monsoon

Monsoon

Advertisment

ସବୁଥର ଭଳି ଏ ବର୍ଷ ମଧ୍ୟ ମୌସୁମୀ ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଆଜି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ତେବେ ଏଲ ନିନୋର ପ୍ରଭାବ ମୌସୁମୀ ବେଳେ ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଏହା ବର୍ଷାକୁ ପ୍ରଭାବିତ କରିପାରେ ବୋଲି କୁହାଯାଉଛି।

Advertisment

ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ପ୍ରଭାବରେ ୯୬% ବର୍ଷା ହେବ। ଏହାର ଅର୍ଥ ସ୍ୱାଭାବିକ ବର୍ଷା ହେବ। ୯୬%ରୁ +/- ୫ ବର୍ଷାକୁ ସ୍ୱାଭାବିକ ବର୍ଷା କୁହାଯାଏ। ତେବେ ମୌସୁମୀ କେବେ ପ୍ରବେଶ କରିବ ଓ କେଉଁ ଅଞ୍ଚଳରେ କେତେ ବର୍ଷା ହେବ, ସେକଥା ଆଇଏମଡି ଏବେ କହି ନାହିଁ। ଆସନ୍ତା ମାସ ପ୍ରଥମ ସପ୍ତାହରେ ଆଇଏମଡି ପକ୍ଷରୁ ବିସ୍ତୃତ ସୂଚନା ଦିଆଯିବ ବୋଲି ଜଣାପଡ଼ିଛି।

ସାରା ଦେଶରେ ସ୍ୱାଭାବିକ ବର୍ଷାର ଆକଳନ ହୋଇଥିଲେ ମଧ୍ୟ ଉତ୍ତର ପଶ୍ଚିମ ଭାରତର କିଛି ରାଜ୍ୟରେ ସ୍ୱାଭାବିକ ଠାରୁ କମ ବର୍ଷା ହେବାର ଆଶଙ୍କା ରହିଛି। ମୌସୁମୀ ବର୍ଷାର ପ୍ରଭାବ ଏଲ ନିନୋ ଉପରେ ନର୍ଭର କରିଥାଏ। ଏଲ ନିନୋର ପ୍ରଭାବ ପଡ଼ିଲେ ବର୍ଷାର ମାତ୍ରା ସାଧାରଣତଃ କମ ହୋଇଥାଏ। ଦକ୍ଷିଣ ଓ ପଶ୍ଚିମ ଭାରତରେ ଯଦି ମୌସୁମୀ ବର୍ଷା ଉପରେ ଏଲ ନିନୋର ପ୍ରଭାବ ପଡ଼ିବ, ତା’ହେଲେ ମରୁଡ଼ି ସମସ୍ୟା ମଧ୍ୟ ସୃଷ୍ଟି ହେବାର ଆଶଙ୍କା ରହିଛି। ମୌସୁମୀ ଉପରେ ଚାଷୀମାନେ ନିର୍ଭର କରନ୍ତି। ତେଣୁ ସମସ୍ତେ ଭଲ ମୌସୁମୀ ବର୍ଷାକୁ ଅପେକ୍ଷା କରିଛନ୍ତି।

Advertisment

ଏଲ ନିନୋର ପ୍ରଭାବ ଯଦି ମୌସୁମୀର ଦ୍ୱିତୀୟ ଭାଗରେ ଶକ୍ତିଶାଳୀ ହେବ, ତା’ହେଲେ ପଞ୍ଜାବ, ହରିଆଣା, ରାଜସ୍ଥାନ ଓ ଉତ୍ତର ପ୍ରଦେଶରେ ଚାଷ କାମ ପ୍ରଭାବିତ ହେବାର ଆଶଙ୍କା ରହିଛି।

ଆଇଏମଡି ପୂର୍ବରୁ ଗତକାଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ମୌସୁମୀକୁ ନେଇ ପୂର୍ବାନୁମାନ କରିଥିଲା। ଚଳିତ ବର୍ଷ ମୌସୁମୀ ସ୍ୱାଭାବିକଠାରୁ କମ ବର୍ଷିବ ବୋଲି ସ୍କାଏମେଟ କହିଥିଲା। ସଂସ୍ଥା ଆକଳନ କରିଥିଲା ଯେ ମୌସୁମୀ ଉପରେ ଏଲନିନୋର ପ୍ରଭାବ ପଡ଼ିବ। ତେଣୁ ବର୍ଷାର ପରିମାଣ ହ୍ରାସ ପାଇବ।

Monsoon IMD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe