Advertisment

ବଢ଼ିଲା ବିବାଦ: ହାଇକମିଶନରଙ୍କୁ ଫେରାଇ ଆଣିଲା, କାନାଡାର ୬ ଜଣଙ୍କୁ ବହିଷ୍କାର କଲା ଭାରତ

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନଜାରର ହତ୍ୟାକାଣ୍ଡକୁ ନେଇ ଭାରରତ ଓ କାନାଡା ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା।

ଅଦ୍ୟତନ ହୋଇଛି
Canada envoy

Canada envoy

Advertisment

ଭାରତ ଓ କାନାଡା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିବାଦକୁ ଦୃଷ୍ଟିରେ ରଖି ଆଜି ଭାରତ ସରକାର କାନାଡାରେ ଅବସ୍ଥାପିତ ହାଇକମିଶନର ସଞ୍ଜୟ କୁମାର ବର୍ମା ଓ ଅନ୍ୟ କୂଟନୀତିକ ଅଧିକାରୀଙ୍କୁ ଫେରାଇ ଆଣିଛନ୍ତି।

Advertisment

ସେହିପରି ଭାରତରେ କାର୍ଯ୍ୟ କରୁଥିବା ୬ ଜଣ କାନାଡା କୂଟନୀତିଜ୍ଞଙ୍କ ବିରୋଧରେ ମଧ୍ୟ ଭାରତ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତ। ସେମାନଙ୍କୁ ତତ୍କାଳ ଭାବେ ଭାରତରେ ବହିଷ୍କାର କରାଯାଇଛି। ଏହାର ଅର୍ଥ ସେମାନଙ୍କୁ ଦେଶ ଛାଡ଼ିବାକୁ ପଡ଼ିବ। ଏମାନଙ୍କ ମଧ୍ୟରେ କାନାଡାର ଅସ୍ଥାୟୀ ହାଇକମିଶନର ରହିଛନ୍ତି। ସମସ୍ତଙ୍କୁ ଚଳିତ ସପ୍ତାହ ଶେଷ ସୁଦ୍ଧା ଦେଶ ଛାଡ଼ିବାକୁ କୁହାଯାଇଛି। 

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନଜାରର ହତ୍ୟାକାଣ୍ଡକୁ ନେଇ ଭାରରତ ଓ କାନାଡା ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା। କାନାଡାରେ ଏହାର ତଦନ୍ତ ଚାଲିଥିବା ବେଳେ ଭାରତୀୟ ହାଇକମିଶନ ଓ ଅନ୍ୟ କୂଟନୀତିକ ଅଧିକାରୀମାନେ ସମ୍ଭବତଃ ହତ୍ୟାକାଣ୍ଡରେ ସାମିଲ ଥିବା କାନାଡା ପକ୍ଷରୁ ଅଭିଯୋଗ ହୋଇଥିଲା। ବାସ ଏହାକୁ ଭାରତ କଡ଼ା ବିରୋଧ କରିଛି।

Advertisment

ଏହାପୂର୍ବରୁ ଭାରତରେ ଅବସ୍ଥାପିତ କାନାଡାର ଚାର୍ଜ ଡିଆଫାୟାର୍ସକୁ ନୂଆଦିଲ୍ଲୀ ପକ୍ଷରୁ ସମନ କରାଯାଇଥିଲା। ତାଙ୍କୁ ବୈଦେଶିକ ସଚିବ ଡାକିବା ସହ କାନାଡାରେ ଭାରତର ହାଇକମିଶନର ଓ କୂଟନୀତିକ ଅଧିକାରୀଙ୍କୁ ଅଯଥାରେ ବିବାଦ ମଧ୍ୟକୁ ଟାଣିବା ଆଦୌ ଗ୍ରହଣୀୟ ନୁହେଁ ବୋଲି କହିଥିଲେ।

କାନାଡାର କ୍ଷମତାସୀନ ଜଷ୍ଟିନ ଟ୍ରୁଡୋ ସରକାର ବିଦ୍ରୋହୀ ଓ ହିଂସାତ୍ମକ ପରିବେଶକୁ ସୁରକ୍ଷା ଦେବା ଭଳି କାମରେ ଲିପ୍ତ ରହିଛନ୍ତି। ଆମର ବର୍ତ୍ତମାନ କାନାଡାର କ୍ଷମତାସୀନ ସରକାର ଉପରେ କୌଣସି ପ୍ରକାରର ଭରସା ନାହିଁ।

ସେମାନେ ଆମ ଅଧିକାରୀମାନଙ୍କ ସୁରକ୍ଷାକୁ ନିଶ୍ଚିତ କରିବେ ବୋଲି କୌଣସି ଗ୍ୟାରେଣ୍ଟୀ ନାହିଁ। ତେଣୁ ଭାରତ ସରକାର କାନାଡାରେ ଥିବା ହାଇକମିଶନ ଓ ଅନ୍ୟ ଅଧିକାରୀମାନଙ୍କୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ନୂଆଦିଲ୍ଲୀ ପକ୍ଷରୁ କୁହାଯାଇଛି।

India Canada
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe