ଦେଶରେ ଗତ ୨୪ ଘଣ୍ଟାରେ ୧୦,୦୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଦେଶରେ ବର୍ତ୍ତମାନ ଚିକିତ୍ସାଧୀନ ଥିବା କରୋନା ରୋଗୀଙ୍କ ସଂଖ୍ୟା ୫୭,୫୪୨କୁ ବୃଦ୍ଧି ପାଇଛି।
ସେହିପରି କରୋନାରେ ଆଉ ୨୩ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୧,୧୧୪କୁ ବୃଦ୍ଧି ପାଇଛି। ଦେଶରେ ଏବେ କରୋନାର ଦୈନିକ ସଂକ୍ରମଣ ହାର ୫.୬୧% ରହିଛି।
Also Read
ଲଗାତାର ୪ ଦିନ ହେଲାଣି ଦେଶରେ ଦୈନିକ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆଉ ୧୦/୧୨ ଦିନ ପର୍ଯ୍ୟନ୍ତ କରୋନା ସଂକ୍ରମଣରେ ବୃଦ୍ଧି ଘଟିବ। ତା’ପରେ ଏହା ଧୀରେ ଧୀରେ କମିବ। ଏବେ ସଂକ୍ରମଣ ବଢ଼ିଥିଲେ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହେଉଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଛି।
ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୩୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ବର୍ତ୍ତମାନ ରାଜ୍ୟରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସଂଖ୍ୟା ୧୫୦୫କୁ ବୃଦ୍ଧି ପାଇଛି। ସେହିଭଳି ଏପ୍ରିଲ ୫ ତାରିଖରୁ ଏଯାବତ ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।