Advertisment

ଜାପାନକୁ ପଛରେ ପକାଇଲା ଭାରତ, ହେଲା ତୃତୀୟ ଶକ୍ତିଶାଳୀ ରାଷ୍ଟ୍ର

୨୦୨୪ର ରିପୋର୍ଟ ଅନୁସାରେ ଭାରତ ୩୯.୧ ପଏଣ୍ଟ ହାସଲ କରିବା ସହିତ ଜାପାନକୁ ପଛରେ ପକାଇଛି।

ଅଦ୍ୟତନ ହୋଇଛି
India

India

Advertisment

ଜାପାନକୁ ପଛରେ ପକାଇଲା ଭାରତ। ଏସିଆରେ ତୃତୀୟ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଭାରତ ଉଭା ହୋଇଛି। ଏସିଆ ପାୱାର ଇଣ୍ଡେକ୍ସ ଅନୁସାରେ ଭାରତ ଏସିଆର ତୃତୀୟ ସ୍ଥାନରେ ପହଞ୍ଚିଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି।

Advertisment

ମନ୍ତ୍ରଣାଳୟ କହିଛି ଯେ, ଭାରତର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି, ଯୁବ ଜନସଂଖ୍ୟା ଏବଂ ଅର୍ଥବ୍ୟବସ୍ଥାର ସମ୍ପ୍ରସାରଣ ଯୋଗୁଁ ଭାରତର ସ୍ଥିତିରେ ସୁଧାର ଆସିଛି। ଏଥିସହ ବିଶ୍ୱରେ ଭାରତର ବଢୁଥିବା ବିଶ୍ୱସନୀୟତାକୁ ମଧ୍ୟ ଦର୍ଶାଉଛି। ଏକ ଉଲ୍ଲେଖନୀୟ ପରିବର୍ତ୍ତନ ସ୍ୱରୂପ ଭାରତ ଜାପାନକୁ ପଛରେ ପକାଇ ଏସିଆ ପାୱାର ଇଣ୍ଡେକ୍ସରେ ତୃତୀୟ ଶକ୍ତିଶାଳୀ ଦେଶର ମାନ୍ୟତା ହାସଲ କରିଛି।

୨୦୧୮ରୁ ଏସିଆ ପାୱାର ଇଣ୍ଡେକ୍ସର ମୂଲ୍ୟାଙ୍କନ କରୁଛି। ୨୦୨୪ର ଏହି ରିପୋର୍ଟ ଅନୁସାରେ ଭାରତ ୩୯.୧ ପଏଣ୍ଟ ହାସଲ କରିବା ସହିତ ଜାପାନକୁ ପଛରେ ପକାଇଛି। ଜାପାନକୁ ୩୮.୯ ପଏଣ୍ଟ ମିଳିଛି।

Advertisment

ଏସିୟ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ବାର୍ଷିକ ଭିତ୍ତିରେ ଶକ୍ତିଶାଳୀ ଦେଶମାନଙ୍କର ଏକ ତାଲିକା ପ୍ରସ୍ତୁତ କରାଯାଏ। ଏଥିରେ ଏସୀୟ ପ୍ରଶାନ୍ତ ମହାସାଗରୀୟ ୨୭ଟି ଦେଶର ସ୍ଥିତିର ମୂଲ୍ୟାଙ୍କନ କରାଯାଇଥାଏ। ତେବେ ଚଳିତ ବର୍ଷ ଏହି ତାଲିକାରେ ଆମେରିକା ୮୧.୭ ପଏଣ୍ଟ ସହ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ୭୨.୭ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି ଚୀନ୍।

India Overtakes Japan Power Index Economic Growth
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe