Advertisment

ଜମ୍ମୁକଶ୍ମୀର ନିର୍ବାଚନ: ପ୍ରାର୍ଥୀ ତାଲିକା ଜାରି କଲା ବିଜେପି

ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି।

author-image
Madhupriya Mistry
ଅଦ୍ୟତନ ହୋଇଛି
BJP Candidate List

BJP Candidate List

ପାଖେଇ ଆସିଲାଣି ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ। ପ୍ରଥମ କରି ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀର ଉପତ୍ୟକାରେ ପଡିବାକୁ ଯାଉଛି ଭୋଟ୍‌। ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ ଜିତିବା ପାଇଁ ସମସ୍ତ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। ଏହାରି ଭିତରେ ବିଜେପି ତା'ର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ବିଜେପିର ଏହି ତାଲିକାରେ ୪୪ ଜଣ ପ୍ରାର୍ଥୀଙ୍କ ନାଁ ରହିଛି।

Advertisment

ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ତେବେ ବିଜେପିର ଏହି ପ୍ରାର୍ଥୀ ତାଲିକାରୁ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ନିର୍ମଳ ସିଂହ ବାଦ୍‌ ପଡିଛନ୍ତି। ୨୦୧୪ରେ ନିର୍ମଳ ସିଂହ ବିଲାୱର ବିଧାନସଭା ଆସନରୁ ଜିତିଥିଲେ।

Advertisment

ଏଥିସହ ପୂର୍ବତନ ଡେପୁଟି ସିଏମ କବିନ୍ଦର ଗୁପ୍ତାଙ୍କୁ ମଧ୍ୟ ଟିକେଟ ମିଳିନାହିଁ। ତେବେ ପରବର୍ତ୍ତୀ ତାଲିକାରେ କବିନ୍ଦର ଗୁପ୍ତାଙ୍କ ନାମ ଘୋଷଣା କରାଯାଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ସେହିପରି ଏହି ତାଲିକାରେ ରାଜ୍ୟ ବିଜେପି ସଭାପତି ରବିନ୍ଦ୍ର ରାଇନାଙ୍କ ନାମ ମଧ୍ୟ ଘୋଷଣା କରାଯାଇ ନାହିଁ।

ଗତ ରାତିରେ ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ପ୍ରାୟ ଅଢ଼େଇ ଘଣ୍ଟା ଧରି ଚାଲିଥିଲା ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଯୋଗ ଦେଇଥିବା ବେଳେ, ବୈଠକରେ କେବଳ ଜମ୍ମୁ ଓ କଶ୍ମୀର ନିର୍ବାଚନ ସଂପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଜମ୍ମୁକଶ୍ମୀରରେ କାହାକୁ ଟିକେଟ୍‌ ଦିଆଯିବ, କାହାକୁ ପ୍ରାର୍ଥୀ କରାଯିବ ସେ ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା। 

ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ମୋଟ ୯୦ଟି ଆସନରେ ଭୋଟିଂ ହେବ।ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବାକୁ ଥିବା ବେଳେ, ମୋଟ ୩ଟି ପର୍ଯ୍ୟାୟରେ ମତଦାନ କରିବେ ଭୋଟର୍। ସେହିପରି ଅକ୍ଟୋବର ୧ ତାରିଖରେ ଗୋଟିଏ ପର୍ଯ୍ୟାୟରେ ହରିଆଣା ଭୋଟ୍ ହେବ। 

Bjp Candidate List Jammu Kashmir Assembly Election