Advertisment

ଯୋଗମୁଦ୍ରାରେ ଦେଶର ଯବାନ; ଜଳ ଓ ସ୍ଥଳ ଭାଗରେ କଲେ ଯୋଗାଭ୍ୟାସ

ଲେହ, ଲଦଖରେ ଆଇଟିପିବି ଯବାନମାନେ ଯୋଗ ଦିବସ ପାଳନ କରିଛନ୍ତି। ସେପଟେ ସିକିମରେ ସମୁଦ୍ର ପତ୍ତନରୁ ୧୫ହଜାର ଫୁଟ୍ ଉଚ୍ଚତାରେ ବରଫ ପାହାଡ଼ ଉପରେ ଯୋଗ ମୁଦ୍ରାରେ ନଜର ଆସିଛନ୍ତି ଆଇଟିବିପି ଯବାନ।

author-image
Niharika Rout
ଅଦ୍ୟତନ ହୋଇଛି
Yoga DAY Celebration

Yoga DAY Celebration

ଯୋଗମୁଦ୍ରାରେ ଯବାନ। ଦେଶ ସୁରକ୍ଷାର ଜାଗ୍ରତ ପ୍ରହରୀ ସାଜିଥିବା ଭାରତୀୟ ସେନା ପକ୍ଷରୁ ପାଳିତ ହୋଇଛି ଯୋଗ ଦିବସ। ଜଳ, ସ୍ଥଳ ଓ ଆକାଶମାର୍ଗରେ ଯୋଗାଭ୍ୟାସ। ଆଇଏନଏସ୍ ବିକ୍ରମାଦିତ୍ୟର ଏୟାରକ୍ରାଫ୍ଟ କ୍ୟାରିଅରରେ ଯୋଗ କରିଛନ୍ତି ସେନା ଅଧିକାରୀ ଓ କର୍ମଚାରୀ।

Advertisment

ସେହିପରି ଜମ୍ମୁ କଶ୍ମୀର ବର୍ଡରରେ ଯବାନମାନେ ଯୋଗ କରିଛନ୍ତି। ଲେହ, ଲଦଖରେ ଆଇଟିପିବି ଯବାନମାନେ ଯୋଗ ଦିବସ ପାଳନ କରିଛନ୍ତି। ସେପଟେ ସିକିମରେ ସମୁଦ୍ର ପତ୍ତନରୁ ୧୫ହଜାର ଫୁଟ୍ ଉଚ୍ଚତାରେ ବରଫ ପାହାଡ଼ ଉପରେ ଯୋଗ ମୁଦ୍ରାରେ ନଜର ଆସିଛନ୍ତି ଆଇଟିବିପି ଯବାନ।

jawans do yogaଯବାନମାନେ ଲଦାଖରେ ଯୋଗ କରୁଛନ୍ତି।

ଇଷ୍ଟର୍ଣ୍ଣ ଲଦଖରେ ଭାରତୀୟ ସେନା ପକ୍ଷରୁ ଯୋଗ ଦିବସ ପାଳିତ ହୋଇଛି। ୱାଘା-ଅଟ୍ଟାରୀ ବର୍ଡରରେ ବି ଯୋଗ କରିଛନ୍ତି ଯବାନ।

Advertisment

ଆଜି ଦେଶବ୍ୟାପୀ ପାଳିତ ହୋଇଛି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥରର ଥିମ୍ ରହିଛି 'ସ୍ୱୟଂ ଓ ସମାଜ ପାଇଁ ଯୋଗ'। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୦୧୫ ପରଠାରୁ ପ୍ରତିବର୍ଷ ଯୋଗ ଦିବସରେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦି ନେତୃତ୍ୱ ନେଉଛନ୍ତି ।

ଯୋଗ ଦିବସର ଆରମ୍ଭ ୨୦୧୫ ମସିହାରେ ହୋଇଥିଲ। । ୨୦୧୪ ମସିହା ସେପ୍ଟେମ୍ବର ୨୭ ତାରିଖରେ ସଂଯୁକ୍ତ ରାଷ୍ଟ୍ର ସମ୍ମୁଖରେ ଭାରତ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ ନିମନ୍ତେ ପ୍ରସ୍ତାବ ରଖିଥିଲା। ଉକ୍ତ ପ୍ରସ୍ତାବକୁ ୧୭୭ ଦେଶର ସମର୍ଥନ ମିଳିଥିଲା। ଏହାପରେ ୨୦୧୪ ମସିହା ଡିସେମ୍ବର ୧୧ ତାରିଖରେ ୟୁଏନ ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଥିଲା। ଏହାପରଠୁ ଜୁନ୍‌ ୨୧କୁ ପ୍ରତି ବର୍ଷ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ରୂପେ ବିଶ୍ୱର ବିଭିନ୍ନ ଦେଶରେ ପାଳନ କରାଯାଉଛି।

International Yoga Day Yoga Day