Advertisment

ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି, ୧୧ରେ ନେବେ ଶପଥ

ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ଜଷ୍ଟିସ ଖାନ୍ନା ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।

ଅଦ୍ୟତନ ହୋଇଛି
CJI

CJI

Advertisment

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ। ଏହା ଉପରେ ଆଜି ମୋହର ବାଜିଛି। ଆସନ୍ତା ୧୧ ତାରିଖରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଶପଥ ନେବେ

Advertisment

ଆଜି ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି। ସମ୍ବିଧାନରେ ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ପ୍ରଧାନ ବିଚାରପତିଙ୍କ ସହ ଆଲୋଚନା କରି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ପରବର୍ତ୍ତୀ ସିଜେଆଇ ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ନଭେମ୍ବର ୧୧ରୁ ଆରମ୍ଭ ହେବ ବୋଲି ଶ୍ରୀ ମେଘୱାଲ ଏକ୍ସରେ ଉଲ୍ଲେଖ କରିଛନ୍ତି।

ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ଜଷ୍ଟିସ ଖାନ୍ନା ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ।

Advertisment

୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲା କୋର୍ଟରେ ଓକିଲ ଭାବେ ଅଭ୍ୟାସ ଆରମ୍ଭ କରିଥିଲେ। ଏହାପରେ ବିଭିନ୍ନ ହାଇକୋର୍ଟରେ ଓକିଲାତି କରିବା ସହ ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ।

୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସେବେଠାରୁ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ଏବେ ସେ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ପରେ ସବୁଠାରୁ ବରିଷ୍ଠ। ସେହି ଆଧାରରେ ତାଙ୍କୁ ସିଜେଆଇ କରାଯାଇଛି।

Supreme Court CJI CJI D Y Chandrachud
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe