Advertisment

ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖନ୍ନା

ତାଙ୍କ କାର୍ଯ୍ୟକାଳ ମାତ୍ର ୬ ମାସ ରହିବ। ଆସନ୍ତା ବର୍ଷ ମେ' ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ।

author-image
Madhupriya Mistry
Sanjiv Khanna

Sanjiv Khanna

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖନ୍ନା। ସେ ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିଲେ।

Advertisment

ଏହାପୂର୍ବରୁ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ ଅବସର ନେଇଥିଲେ। ଜଷ୍ଟିସ ଖନ୍ନାଙ୍କ ନାମ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଦ୍ୱାରା ସୁପାରିଶ କରାଯାଇଥିଲା। ନଭେମ୍ବର ୧୦ରେ ୬୫ ବର୍ଷ ବୟସରେ ଚନ୍ଦ୍ରଚୁଡ଼ ଏହି ପଦବୀରୁ ଅବସର ନେଇଥିଲେ। ଏହାପରେ ଜଷ୍ଟିସ ସଞ୍ଜୀବ ଖନ୍ନାଙ୍କୁ ସିଜେଆଇ ପଦ ସମ୍ଭାଳିଛନ୍ତି। ତେବେ ତାଙ୍କ କାର୍ଯ୍ୟକାଳ ମାତ୍ର ୬ ମାସ ରହିବ। ଆସନ୍ତା ବର୍ଷ ମେ' ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ।

୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେନ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।

Advertisment

ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ। ୨୦୦୬ରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ।

Supreme Court CJI Justice Sanjiv Khanna