Advertisment

ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ସଞ୍ଜୀବ ଖନ୍ନା

ଗତକାଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।

ଅଦ୍ୟତନ ହୋଇଛି
Sanjiv Khanna

Sanjiv Khanna

Advertisment

ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଞ୍ଜୀବ ଖନ୍ନା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ରାଷ୍ଟ୍ରପତି ଭବନରେ ଦିନ ୧୦ଟାରେ ଆୟୋଜିତ ହେବ ଶପଥ ଗ୍ରହଣ ସମାରୋହ।

Advertisment

ଗତକାଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ତାଙ୍କ ପରେ ଜଷ୍ଟିସ ଖନ୍ନା ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେବାକୁ ଯାଉଛନ୍ତି। ତେବେ ତାଙ୍କ କାର୍ଯ୍ୟକାଳ ରହିବ ମାତ୍ର ୬ ମାସ। ଆସନ୍ତା ବର୍ଷ ମେ' ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ।

୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେନ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।

Advertisment

ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ। ୨୦୦୬ରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ।

Supreme Court CJI Justice Sanjiv Khanna
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe