Advertisment

ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ

ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।

ଅଦ୍ୟତନ ହୋଇଛି
Justice V. Ramasubramanian (File Photo)

Justice V. Ramasubramanian (File Photo)

Advertisment

ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ନିଯୁକ୍ତ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନ (NHRC)ର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ପ୍ରିୟଙ୍କ କାନୁନଗୋଙ୍କୁ ମଧ୍ୟ କମିଶନର ସଦସ୍ୟ ନିଯୁକ୍ତ କରାଯାଇଛି। କମିଶନ ଅଧ୍ୟକ୍ଷଙ୍କ ନିଯୁକ୍ତି ପାଇଁ ୬ ସଦସ୍ୟ ବିଶିଷ୍ଟ କମିଟି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କ ନାମ ସୁପାରିଶ କରିବା ପରେ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅବସରପ୍ରାପ୍ତ ବିଚାରପତିଙ୍କୁ ଏନଏଚଆରସିର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।

Advertisment

ଜଷ୍ଟିସ ରାମସୁବ୍ରମଣ୍ୟମ ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ଜୁନ ୨୦୨୩ରେ ସୁପ୍ରିମକୋର୍ଟରୁ ତାଙ୍କର କାର୍ଯ୍ୟକାଳ ସରିଥିଲା। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ଉଚ୍ଚ ନ୍ୟାୟାଳୟରେ ମୁଖ୍ୟ ବିଚାରପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୬ରେ ସେ ମାଡ୍ରାସ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ହେଲେ ଏହାପରେ ୨୦୧୬ରେ ତାଙ୍କ ନିଜ ଅନୁରୋଧକ୍ରମେ ତାଙ୍କୁ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର ନ୍ୟାୟପାଳିକା ଅଦାଲତକୁ ବଦଳି କରାଯାଇଥିଲା। ଦୁଇ ରାଜ୍ୟ ବିଭାଜନ ପରେ ତାଙ୍କୁ ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା।

ଗତ ଡିସେମ୍ବର ୧୮ ତାରିଖରେ ଜାତୀୟ ମାନବାଧିକାର କମିଶନର ଅଧ୍ୟକ୍ଷ ଚୟନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାତୀୟ ମାନବାଧିକାର କମିଶନର ଅଧ୍ୟକ୍ଷ ଚୟନ ପାଇଁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ରାଜ୍ୟସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ, ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଉପସ୍ଥିତ ଥିଲେ। ଏନଏଚଆରସିର ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।

Advertisment
Nhrc National Human Rights Commission V Ramasubramanian
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe