Advertisment

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ସମନ୍‌

ତାଙ୍କୁ ସିବିଆଇ ଅବକାରୀ ନୀତି ସମ୍ପର୍କରେ ଜେରା କରିବାକୁ ଚାହୁଁଛି। ଏଥିପାଇଁ ଏପ୍ରିଲ ୧୬ ତାରିଖରେ ତାଙ୍କୁ ସିବିଆଇ ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି।

ଅଦ୍ୟତନ ହୋଇଛି
Arvind Kejriwal

Arvind Kejriwal

Advertisment

ଦେଶର ରାଜଧାନୀ ଦିଲ୍ଲୀରୁ ଆସିଛି ବଡ଼ ଖବର। ଦିଲ୍ଲୀ ତଥାକଥିତ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଆଜି ବଡ଼ ପଦକ୍ଷେପ ନେଇଛି। ଏହି ମାମଲାରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଜି ସମନ କରାଯାଇଛି। ତାଙ୍କୁ ସିବିଆଇ ଅବକାରୀ ନୀତି ସମ୍ପର୍କରେ ଜେରା କରିବାକୁ ଚାହୁଁଛି। ଏଥିପାଇଁ ଏପ୍ରିଲ ୧୬ ତାରିଖ ଦିନ ୧୧ଟାରେ ତାଙ୍କୁ ସିବିଆଇ ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି।

Advertisment

ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ମାମଲାର ତଦନ୍ତ ଉଭୟ ସିବିଆଇ ଓ ଇଡି କରୁଛନ୍ତି। ପୂର୍ବରୁ ଏହି ମାମଲାରେ ଦିଲ୍ଲୀର ତତ୍କାଳୀନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ପ୍ରଥମେ ସିବିଆଇ ଗିରଫ କରିଥିଲା। ସେ ଜେଲରେ ଥିବା ବେଳେ ଇଡି ମଧ୍ୟ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିଲା।

ଏବେ ସେ ଜେଲରେ ରହିଛନ୍ତି। ଏହା ପଛରେ ଆପ୍‌ କେନ୍ଦ୍ରରେ କ୍ଷମତାସୀଦନ ବିଜେପିର ହାତ ଥିବା ଅଭିଯୋଗ କରି ଆସୁଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବା ବେଳେ ସିବିଆଇ କେଜ୍ରିୱାଲଙ୍କୁ ସମନ କରିଛି।

Advertisment

ଦିଲ୍ଲୀର କ୍ଷମତାସୀନ ଆପ୍‌ ସରକାର ୨୦୨୧ରେ ନୂଆ ଅବକାରୀ ନୀତି ଲାଗୁ କରିଥିଲେ। ତେବେ ଏଥିରେ ବ୍ୟାପକ ଦୁର୍ନୀତି ହୋଇଥିବା ଆଶଙ୍କା କରି ଦିଲ୍ଲୀର ଉପ ରାଜ୍ୟପାଳ ଭିକେ ସକ୍ସେନା ସିବିଆଇ ତଦନ୍ତର ସୁପାରିସ କରିଥିଲେ। ଏହି ଘଟଣାରେ ୧୧ ଜଣ ଅବକାରୀ ଅଧିକାରୀଙ୍କୁ ମଧ୍ୟ ସେ ନିଲମ୍ବିତ କରିଥିଲେ।

ସିବିଆଇ ଏଫଆଇଆର ରୁଜୁ କରି ତଦନ୍ତ କରୁଥିବା ବେଳେ ଇଡି ମନି ଲଣ୍ଡରିଂ ମାମଲା ରୁଜୁ କରିଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ମନୀଷ ସିସୋଦିଆ ବୋଲି ସିବିଆଇ ଓ ଇଡି ସେମାନଙ୍କ ଏଫଆଇଆରରେ କହିଛନ୍ତି। 

୨୦୨୧ ନଭେମ୍ବର ୧୭ରେ ଆପ୍‌ ସରକାର ନୂଆ ଅବକାରୀ ନୀତି ଲାଗୁ କରିଥିଲେ। ହେଲେ ବିବାଦ ଯୋଗୁ ୨୦୨୨ ଜୁଲାଇ ମାସ ଶେଷ ଭାଗରେ ଏହାକୁ ପ୍ରତ୍ୟାହାର କରି ନିଆଯାଇଥିଲା।

CBI Arvind Kejriwal AAP
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe