Advertisment

ଆଜିିଠୁ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ, ଶପଥ ନେବେ ନବନିର୍ବାଚିତ ସାଂସଦ

ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।

author-image
Niharika Rout
New Parliament

New Parliament

ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।

Advertisment

ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବେ। ପରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ଅନ୍ୟ ନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରିବେ। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସାଂସଦଙ୍କ ଶପଥପାଠ କାର୍ଯ୍ୟକ୍ରମ ରହିଛି।

ଏହା ପୂର୍ବରୁ ଆଜି ସକାଳ ପ୍ରାୟ ସାଢେ ୯ଟାରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁନ୍ ୨୬ ତାରିଖରେ ନୂଆ ବାଚସ୍ପତି ନିର୍ବାଚିତ ହେବେ।

Advertisment

ଆସନ୍ତା ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଚଳିତ ନିର୍ବାଚନ ପରେ ଏହା ସଂସଦର ପ୍ରଥମ ଅଧିବେଶନ।

ସୂଚନା ଅନୁଯାୟୀ, ଇଣ୍ଡି ମେଣ୍ଟର ନବ ନିର୍ବାଚିତ ସାଂସଦ ଶପଥପାଠ ଉତ୍ସବକୁ ବିରୋଧ କରୁଛନ୍ତି । ଗୃହରେ ପରମ୍ପରା ଭଙ୍ଗାଯାଇଥିବା ଅଭିଯୋଗ କରିଛି କଂଗ୍ରେସ। ୮ ଥରର ସାଂସଦ କଂଗ୍ରେସର କେ. ସୁରେଶଙ୍କ ବଦଳରେ ୭ଥର ସାଂସଦ ହୋଇଥିବା ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି କରାଯାଇଥବାରୁ ପ୍ରଶ୍ନ ଉଠାଇଛି କଂଗ୍ରେସ ।

Delhi New Parliament Building Lok Sabha Session