୧୦ ମହଲାରୁ ଖସି ପଡ଼ିଳେ ମହିଳା, ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ । ଏପରି ଏକ ଅଭାବନୀୟ ଘଟଣା ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଘଟିଛି।
ମହିଳାଜଣକ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଝିଅ ବୋଲି ଜଣାଯାଇଛି। ବିବାହ ପରେ ସେ ନିଜ ସ୍ୱାମୀ ଓ ଦୁଇ ପିଲାଙ୍କ ସହ ଲକ୍ଷ୍ନୌର ଏକ ଫ୍ଲାଟରେ ରହୁଥିଲେ। ତେବେ ଗତକାଲି ସନ୍ଧ୍ୟା ସମୟରେ ମହିଳାଜଣକ ନିଜ ଫ୍ଲାଟରୁ ତଳକୁ ଖସି ପଡ଼ିଥିଲେ।
ସ୍ଥାନୀୟ ଲୋକେ ତୁରନ୍ତ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Also Read
ଏହା ଏକ ଦୁର୍ଘଟଣା ନୁହେଁ, ଜ୍ୱାଇଁ ହିଁ ଝିଅକୁ ଠେଲି ମାରିଦେଇଥିବା ଅବସରପ୍ରାପ୍ତ ବିଚାରପତି ଅଭିଯୋଗ କରିଛନ୍ତି। ବିବାହ ପରେ ଜ୍ୱାଇଁ ସବୁବେଳେ ଅଧିକ ଯୌତୁକ ପାଇଁ ଝିଅକୁ ନିର୍ଯାତନା ଦେଉଥିଲେ। ତେଣୁ ଜ୍ୱାଇଁ ହିଁ ଝିଅକୁ ଠେଲି ହତ୍ୟା କରିଥିବା ସେ ପୁଲିସ୍ ସମ୍ମୁଖରେ କହିଛନ୍ତି ।
ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।