Advertisment

କାର୍‌କୁ ପଛରୁ ପିଟିଲା ବୋଲେରୋ; ୯ ମୃତ, ୨୩ ଆହତ

ରାସ୍ତା କଡ଼ରେ ଯାତ୍ରୀଙ୍କୁ ଧରି ଏକ କାର୍‌ ଛିଡ଼ା ହୋଇଥିବା ବେଳେ ପଛରୁ ଆସୁଥିବା ପିକ୍‌ଅପ୍‌ଟି ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ଘଟିଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ଛତିଶଗଡ଼ର ବେମେତାରା ଜିଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ପିକଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା ହେବାରୁ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୩ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି। ଗୁରୁତରଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଚିକିତ୍ସା ନିମନ୍ତେ ବେମତରା ଓ ସିମଗା ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Advertisment

ବେମେତାରା ଜିଲ୍ଲା କଥିଆ ଗାଁ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଯାତ୍ରୀଙ୍କୁ ଧରି ଏକ କାର୍‌ ଛିଡ଼ା ହୋଇଥିବା ବେଳେ ପଛରୁ ଆସୁଥିବା ପିକ୍‌ଅପ୍‌ଟି ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି।

ଆହତଙ୍କୁ ନିକଟସ୍ଥ ହସ୍ପିଟାଲ ପଠାଯାଇଥିଲା। ସେଠାରେ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାୟପୁର ରେଫର କରି ଦିଆଯାଇଛି।ସମସ୍ତେ ଏକ ପାରିବାରିକ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

Advertisment

ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ଜିଲ୍ଲାପାଳ, ଏସ୍‌ପି ପ୍ରମୁଖ ପହଞ୍ଚିଥିବା ଜଣାଯାଇଛି। ଏଥଇସହ ସ୍ଥାନୀୟ ବିଧାୟକ ଦିପେଶ ସାହୁ ବି ବିଳମ୍ବିତ ରାତିରେ ହସ୍ପିଟାଲରେ ପହଞ୍ଚି ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

Road Accident Chhattisgarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe