Advertisment

ମନମୋହନଙ୍କ ବିୟୋଗରେ ପୂରା ଦେଶ ସ୍ତବ୍ଧ, ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।

author-image
Niharika Rout
ଅଦ୍ୟତନ ହୋଇଛି
Manmohan Singh

Manmohan Singh

ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି। ମନମୋହନ ସିଂହଙ୍କ ବିୟୋଗ ଘଟଣାକୁ  ଦେଶବାସୀ ସହଜେ ଗ୍ରହଣ କରି ପାରୁ ନାହାନ୍ତି। 

Advertisment

ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି। 

 ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।

Advertisment

ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା। ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ।

Manmohan Singh