ରାସ୍ତାରେ ଯାଉଥିବା କେମିକାଲ ବୋଝେଇ ଟ୍ରକ୍ରେ ହଠାତ୍ ହେଲା ବିସ୍ଫୋରଣ । ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏହାର ପ୍ରଭାବ ପ୍ରାୟ ୧ କିମି ଯାଏ ଅନୁଭୂତ ହୋଇଥିଲା। ଏହା ପ୍ରଭାବରେ ଘରର ଝରକା କାଚ ଫାଟି ଯାଇଥିବା ବେଳେ ପାର୍କିଂରେ ଛିଡ଼ା ହୋଇଥିବା ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଗାଡ଼ି ଜଳି ଯାଇଛି। ଏପରି ଏକ ଭୟଙ୍କର ଅଗ୍ନିକାଣ୍ଡ ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇର ନାଲାସୋପାରା ଅଞ୍ଚଳରେ ଘଟିଛି।
ଗତକାଲି ରାତିରେ ଏକ କେମିକାଲ ବୋଝେଇ ଟ୍ରକ୍ ନାଲା ସୁପାରା ଅଞ୍ଚଳ ଅତିକ୍ରମ କରୁଥିଲା। ମାତ୍ର ହଠାତ୍ ଏଥିରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ସଙ୍ଗେସଙ୍ଗେ ଏଥିରୁ ନିଆଁ ବ୍ୟାପି ପାଖ ପାର୍କିଂରେ ଥିବା ପ୍ରାୟ ୧୦ଟି ଗାଡ଼ି ଜଳି ଯାଇଛି।
ଏଥିସହ ବିସ୍ଫୋରଣ ମାତ୍ରା ଏତେ ପ୍ରଖର ଥିଲା ଯେ ପ୍ରାୟ ୧ କିମି ବ୍ୟାପି ଘରେ ଏହାର ପ୍ରଭାବ ଅନୁଭୂତ ହୋଇଥିଲା। ବିସ୍ଫୋରଣ ଝଟକାରେ ବହୁ ଘରର କାଚ ଝରକା ଭାଙ୍ଗି ଯାଇଛି।
Also Read
ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।