ଅକାସା ଏୟାରର ଏକ ବିମାନ ମଧ୍ୟପ୍ରଦେଶ ଭୋପାଳରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀ ଅସୁସ୍ଥ ହେବା କାରଣରୁ ବିମାନର ଜରୁରୀ ଅବତରଣ କରାଯାଇଛି।
ସୂଚନା ଅନୁସାର, ଆଜି 172 ଜଣ ଯାତ୍ରୀଙ୍କୁ ନେଇ ଅକାସା ଏୟାରର QP1524 ବାରଣାସୀରୁ ମୁମ୍ବାଇ ଯାଉଥିଲା। ବିମାନ ଉଡାଣର କିଛି ସମୟ ପରେ ଜଣେ ଯାତ୍ରୀ ଅସୁସ୍ଥ ଅନୁଭବ କରିଥିଲେ। ଡାକ୍ତରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ୱେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଜଣେ ବିମାନ ଅଧିକାରୀ ସୂଚନା ଦେଇଛନ୍ତି।
Also Read
ଅଧିକାରୀ ଜଣକ କହିଛନ୍ତି ଯେ, ଅକାସା ଏୟାର QP1524 ବାରଣାସୀ-ମୁମ୍ବାଇ ଫ୍ଲାଇଟର ଜରୁରୀ ଅବତରଣ କରାଯାଇଛି। ମେଡିକାଲ ଏମର୍ଜେନ୍ସି କାରଣରୁ ଜରୁରୀ ଅବତରଣ କରାଯାଇଥିଲା।
ହେଲେ କ୍ୟାବିନ କ୍ରୁ ଏବଂ ବୋର୍ଡରେ ଥିବା ଡାକ୍ତରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ୱେ ଦୁର୍ଭାଗ୍ୟପୂର୍ଣ୍ଣ ଭାବେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଆମର ସମସ୍ତ ପ୍ରକାର ସହଯୋଗ ମୃତକଙ୍କ ପରିବାର ପ୍ରତି ରହିଛି। ଏହା ନିଶ୍ଚିତ ରୂପେ ଏକ ଦୁଃଖଦ ଘଟଣା ବୋଲି ଅଧିକାରୀ ଜଣକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।