ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହେଲା ନାହିଁ

ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ ବୋଲି ବଜେଟ ଉପସ୍ଥାପନ ବେଳେ କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

  • Published: Thursday, 01 February 2024
  • , Updated: 01 February 2024, 12:13 PM IST

କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିଥିବା ବେଳେ ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରି ନାହାନ୍ତି। 

ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ ବୋଲି ବଜେଟ ଉପସ୍ଥାପନ ବେଳେ କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହା ସହିତ ଟିକସଦାତାଙ୍କୁ ନିଜ ଅଭିଭାଷଣରେ ଧନ୍ୟବାଦ ଜଣାଇଛନ୍ତି ଅର୍ଥ ମନ୍ତ୍ରୀ। କାରଣ ଗତ ୧୦ ବର୍ଷରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ଦୁଇ ଗୁଣାରୁ ଅଧିକ ହୋଇଛି। 

ସେ କହିଛନ୍ତି, ଟ୍ୟାକ୍ସ ରିଟର୍ଣ୍ଣ ଫାଇଲକୁ ସହଜ ଏବଂ ସରଳ କରାଯିବ। ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ।
ବିତ୍ତୀୟ ନିଅଣ୍ଟକୁ ୪.୫%କୁ ହ୍ରାସ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ୨୦୨୪-୨୫ରେ ବିତ୍ତୀୟ ନିଅଣ୍ଟ ୫.୧% ହେବା ବୋଲି ଲକ୍ଷ୍ୟ ରଖାଯାଇଛି। 

 

Related story