Advertisment

କେଜ୍ରିଓ୍ୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯାଉ: ଆମେ ଏଭଳି କରିପାରିବୁନି କହିଲେ ସୁପ୍ରିମକୋର୍ଟ

କେଜ୍ରିଓ୍ୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।

author-image
Madhupriya Mistry
SC on Kejriwal

SC on Kejriwal

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ମିଳିଲା ଆଉ ଏକ ଆଶ୍ୱସ୍ତି। ଦିଲ୍ଲୀ ହାଇକୋର୍ଟ ପରେ ଏବେ ସୁପ୍ରିମକୋର୍ଟ କେଜ୍ରିଓ୍ୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ହୋଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି।

Advertisment

ସୋମବାର ସୁପ୍ରିମକୋର୍ଟ ଜେଲ ଯିବା ପରେ ମଧ୍ୟ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରେ ରହିଥିବା ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ହୋଇଥିବା ଆବେଦନକୁ ଶୁଣିବାକୁ ମନା କରି ଦେଇଛନ୍ତି। ଆମେ ଏହା କରିପାରିବୁ ନାହିଁ। ଆମ ପାଖରେ ଏଭଳି କୌଣସି ଆଇନଗତ ଅଧିକାର ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଗିରଫ ହୋଇ ଜେଲ୍‌ ଯିବା ପରେ ବ୍ୟକ୍ତିଗତ ସ୍ୱାର୍ଥ ଯୋଗୁ ସିଏମ କେଜ୍ରିୱାଲ ଏହି ପଦ ଛାଡୁ ନାହାନ୍ତି। କେଜ୍ରିୱାଲଙ୍କ ଜେଲରେ ରହିବା କାରଣରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପ୍ରଭାବିତ ହେଉଛି ବୋଲି ଆବେଦନକାରୀ କହିଥିଲେ। ତେବେ ଏହି କାମକୁ ଦେଖିବା ଏଲଜିଙ୍କ ଅଧୀନରେ ଅଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ପଦବୀରୁ କାହାକୁ ହଟାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇ ପାରିବେ ନାହିଁ ବୋଲି ଶୀର୍ଷ ଅଦାଲତ କହିଛନ୍ତି।

Advertisment

ସୂଚନାଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମାମଲାରେ ଇଡି ଦ୍ୱାରା ଗିରଫ ହେବା ପରେ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ଦାବି କରି କୋର୍ଟରେ ଆବେଦନ କରାଯାଇଥିଲା। ଏହା ପୂର୍ବରୁ ମାର୍ଚ୍ଚ ୨୮ ତାରିଖରେ ଏହି ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରି ଦେଇଥିଲେ। ଏହା ରାଷ୍ଟ୍ରପତିଙ୍କ କାମ ଏଥିରେ କୋର୍ଟ ହସ୍ତକ୍ଷେପ କରିପାରିବ ନାହିଁ ବୋଲି ହାଇକୋର୍ଟ କହିଥିଲେ।

ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତିହାର ଜେଲରୁ ଜାମିନ ମଞ୍ଜୁର ହେବା ପରେ ଅରବିନ୍ଦ କେଜ୍ରିୱାଲ ନିର୍ବାଚନ ପ୍ରଚାରରେ ଲାଗି ପଡିଛନ୍ତି।

Delhi Arvind Kejriwal Supreme Court