Advertisment

ସମଲିଙ୍ଗୀ ବିବାହକୁ ସୁପ୍ରିମକୋର୍ଟଙ୍କ ନା'

ସମଲିଙ୍ଗୀ ସମ୍ପର୍କ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସିଜେଆଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Same sex merrage

Same sex merrage

Advertisment

ସମଲିଙ୍ଗୀ ଯୋଡିକୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଝଟ୍‌କା। ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ସଫା ସଫା ମନା କରିଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି। ସମଲିଙ୍ଗୀ ବିବାହ ଏକ ମୌଳିକ ଅଧିକାର ନୁହେଁ। ଆଇନରେ ପରିବର୍ତ୍ତନ ଆଣିବା ସଂସଦଙ୍କ ଅଧିକାର ପରିସରରେ ଆସୁଛି। ବିବାହକୁ ନେଇ ଆଇନ ପରିବର୍ତ୍ତନ କରିବା କୋର୍ଟଙ୍କ ଅଧିକାରଭୁକ୍ତ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Advertisment

ସିଜେଆଇ ଡି ୟାଇ ଚନ୍ଦ୍ରଚୁଡ, ସମଲିଙ୍ଗୀ ବିବାହକୁ ଅନୁମତି ଦେଇ ନାହାନ୍ତି। ଏହା ସଂସଦର ଅଧିକାର ଅଧୀନରେ ଅଛି। ତେବେ ସିମଲିଙ୍ଗୀ ଯୋଡିକୁ ପୋଷ୍ୟ ସନ୍ତାନ ଗ୍ରହଣ କରିବାକୁ ସିଜେଆଇ ଅନୁମତି ଦେଇଛନ୍ତି। ସିଜେଆଇ ଆହୁରି କହିଛନ୍ତି, ସମଲିଙ୍ଗୀ ବିବାହ ଚିନ୍ତାଧାରା କେବଳ ସହରରେ ସୀମିତ ନାହିଁ। ଗାଁରେ ଚାଷ କାମ କରୁଥିବା ମହିଳା ମଧ୍ୟ ସମଲିଙ୍ଗୀ ବିବାହକୁ ଅନୁମତି ଦେବାକୁ ଦାବି କରୁଛନ୍ତି। ତେଣୁ ସମଲିଙ୍ଗୀ ସମ୍ପର୍କ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସିଜେଆଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବା ପ୍ରସଙ୍ଗରେ ୪ଟି ନିଷ୍କର୍ସ ରହିଛି। ଏଥିରେ କିଛି ଅନୁମତି ଦେବା ସପକ୍ଷରେ ରହିଥିବା ବେଳେ ଆଉ କିଛି ବପକ୍ଷରେ ରହିଛି। ଜୀବନସାଥୀ ବାଛିବାରେ ସମସ୍ତଙ୍କ ଅଧିକାର ରହିଛି। କୁଇର୍ ବର୍ଗଙ୍କୁ ଲିଙ୍ଗଗତ କାରଣରୁ ଅଧିକାରରୁ ବଞ୍ଚିତ କରାଯାଇ ପାରିବନି। କୌଣସି ବ୍ୟକ୍ତିକୁ ହରମୋନ ଥେରାପି ପାଇଁ ବାଧ୍ୟ କରାଯାଇ ପାରିବନି। ତେଣୁ କେନ୍ଦ୍ର ସରକାର ଏଥିପାଇଁ ଶୀଘ୍ର କମିଟି ଗଠନ କରନ୍ତୁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Advertisment

ଗତ ଏପ୍ରିଲ ୧୧ ତାରିଖରେ ସାମ୍ବିଧାନିକ ବେଞ୍ଚ ଏହା ଉପରେ ହୋଇଥିବା ଆବେଦନର ଶୁଣାଣି ଆରମ୍ଭ କରିଥିଲେ ଏବଂ ଗତ ମେ ୧୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ। ସୁପ୍ରିମକୋର୍ଟ ଏନେଇ ଆଗତ ପ୍ରାୟ ୨୧ ଟି ପିଟିସନର ଏକାଠି ଶୁଣାଣି କରିଥିଲେ।

୧୮ ଯୋଡ଼ା ସମଲିଙ୍ଗୀ ଦମ୍ପତି ସେମାନଙ୍କ ସମ୍ପର୍କକୁ ଆଇନଗତ ମାନ୍ୟତା ପ୍ରଦାନ କରିବାକୁ ଆବେଦନ କରିଥିଲେ। ସେମାନେ ସମଲିଙ୍ଗୀ ବିବାହକୁ ସାମାଜିକ ଓ ଆଇନଗତ ମାନ୍ୟତା ପାଇଁ  ଅନୁରୋଧ କରିଥିଲେ। ଦେଶରେ ପ୍ରଚଳିତ ସ୍ୱତନ୍ତ୍ର ବିବାହ ଆଇନରେ ସମଲିଙ୍ଗୀ ବିବାହକୁ ମଧ୍ୟ ସାମିଲ କରିବାକୁ ସେମାନେ କହିଥିଲେ। 

Supreme Court Same Sex Marriage
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe