Advertisment

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ

ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।

Parliament Session

Parliament Session

Advertisment

ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଆଜି ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।

Advertisment

ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି ରଖିଛନ୍ତି। ଆଦାନୀ ଲାଂଚ କାରବାର ଅଭିଯୋଗ ପ୍ରସଙ୍ଗ, ଓ୍ୱାକଫ୍‌ ବିଲ୍‌, ମଣିପୁର ହିଂସା, ବାୟୁ ପ୍ରଦୂଷଣ, ରେଳ ଦୁର୍ଘଟଣା ଆଦି ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି କରିଛନ୍ତି।

ସେପଟେ ସୂଚନା ଅନୁସାରେ, ଶୀତ ଅଧିବେଶନରେ ଉପସ୍ଥାପନ ହୋଇପାରେ ୫ ନୂଆ ଆଇନ ସମେତ ୧୫ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍। ଆଜି ପ୍ରଥମ ଦିନ ରାଷ୍ଟ୍ରପତି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ନଭେମ୍ବର ୨୬ ତାରିଖରେ ସମ୍ବିଧାନ ପ୍ରଣୟନର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସମ୍ବିଧାନ ଦିବସ ପାଳନ ହେବ।

Advertisment
Parliament Winter Session
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe