Advertisment

ଆରମ୍ଭ ହେଲା ତୃତୀୟ ପର୍ଯ୍ୟାୟ ମତଦାନ; ୯୩ ଲୋକସଭା ଆସନରେ ଚାଲିଛି ଭୋଟ ଗ୍ରହଣ

ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି।

author-image
Niharika Rout
ଅଦ୍ୟତନ ହୋଇଛି
Voting

Voting

ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି। ମତାଧିକାର ମାଧ୍ୟମରେ ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୭ କୋଟିରୁ ଅଧିକ ଭୋଟର୍ । ଏଥିପାଇଁ ୧ଲକ୍ଷ ୮୫ ହଜାର ବୁଥ୍ ହୋଇଛି ।

Advertisment

ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଥିବା ବେଳେ, ଏହା ପୂର୍ବରୁ ମକ୍ ପୋଲିଂ ହୋଇଥିଲା । ଆଜି ତୃତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ପଶ୍ଚିମବଙ୍ଗ, ଗୋଆ ଏବଂ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉ ପାଇଁ ଭୋଟ ଗ୍ରହଣ ଚାଲିଛି।

ତୃତୀୟ ପର୍ଯ୍ୟାୟରେ ଗୁଜରାଟର ୨୬ରୁ ୨୫ ଲୋକସଭା ଆସନରେ ନିଆଯାଉଛି ଭୋଟ। ସୁରତ ସିଟରେ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ ହେବାରୁ ବିଜେପିର ମୁକେଶ ଦଲାଲ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି କର୍ଣ୍ଣାଟକର ୧୪, ମହାରାଷ୍ଟ୍ରର ୧୧, ତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୮, ଛତିଶଗଡ଼ ୭, ବିହାର ୫ ଏବଂ ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏଁ ସିଟରେ ଭୋଟିଂ ହେଉଛି।

Advertisment

ସେହିପରି ଗୋଆର ୨ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉର ୨ଟି ସିଟରେ ହେଉଛି ମତଦାନ। ଏହି ପର୍ଯ୍ୟାୟରେ ହେବାକୁ ଥିବା ଜମ୍ମୁ ଓ କଶ୍ମୀରର ଗୋଟିଏ ଆସନ ପାଇଁ ମତଦାନ ପରବର୍ତ୍ତୀ ପର୍ଯ୍ୟାୟକୁ ଘୁଞ୍ଚାଇ ଦିଆଯାଇଛି।

Election