Advertisment

ମୋଦି@ ୭୪, ଛୁଟୁଛି ଶୁଭେଚ୍ଛାର ସୁଅ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅଦ୍ୟତନ ହୋଇଛି
PM Modi

PM Modi

Advertisment

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି।

Advertisment

ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦି। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦି।

ଉତ୍ତରପ୍ରଦେଶର ବାରାଣସୀ ସଂସଦୀୟ କ୍ଷେତ୍ରରୁ ଲଗାତାର ତିନିଥର ନିର୍ବାଚିତ ହୋଇ ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି ମୋଦି। ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ। ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି। ଏହାପରେ ୨୦୧୪ରୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିରବଚ୍ଛିନ ଭାବେ ଦାୟିତ୍ୱ ତୁଲାଇ ଆସିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ଜନ୍ମଦିନ ଅବସରରେ ମୋଦିଙ୍କ ନିକଟକୁ ଶୁଭେଛାର ସୁଅ ଛୁଟିଛି ।

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚାରିଆଡୁ ମିଳିଛି ଜନ୍ମଦିନର ଶୁଭେଚ୍ଛା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ।

ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନିଜ ସୋଶାଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶାବାସୀ ଆପଣଙ୍କ ଜନ୍ମଦିନରେ ଯୋଗ ଦେଉଥିବା ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଆପଣଙ୍କ ନେତୃତ୍ୱରେ ଜାତି ଏକ ବିକଶିତ ଭାରତ ଆଡ଼କୁ ଗତି କରୁଛି । ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଏକ ଫ୍ଲାଗସିପ୍ ସ୍କିମ୍ “SUBHADRA” ର ଶୁଭାରମ୍ଭ ପାଇଁ ଓଡିଶାର ଭଉଣୀମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ।

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ପିଏମ୍ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଆପଣଙ୍କ କଠିନ ପରିଶ୍ରମ, ଉତ୍ସର୍ଗୀକୃତ ଭାବନା, ଦୃଢ କର୍ତ୍ତବ୍ୟ, ରାଷ୍ଟ୍ର ନିର୍ମାଣ ପାଇଁ ପ୍ରତିବଦ୍ଧ ଆଗାମୀ ପିଢୀକୁ ପ୍ରେରଣା ଯୋଗାଇଥାଏ । ଆପଣ ଶକ୍ତି ଓ ବୁଦ୍ଧିର ସହ ଆମର ନେତୃତ୍ୱ ନିଅନ୍ତୁ ଏବଂ ଆମ ରାଷ୍ଟ୍ରକୁ ଆହୁରି ଅଧିକ ଶୀର୍ଷକୁ ନେଇଯାଆନ୍ତୁ ବୋଲି କହିଛନ୍ତି କେନ୍ଦ୍ରାପଡ଼ା ସାଂସଦ । ଏଥିସହ ସେ ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି ।

PM Modi PM Modi Birthday
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe