Advertisment

ଅଯୋଧ୍ୟାରେ ମୋଦି, ଲୋକାର୍ପଣ କରିବେ ବହୁ ପ୍ରକଳ୍ପ

ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ ସହିତ ଅଯୋଧ୍ୟାରେ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ।

PM Modi

PM Modi

Advertisment

ଶ୍ରୀରାମ ନଗରୀ ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜାନୁଆରୀ ୨୨ରେ ନବନିର୍ମିତ ଭବ୍ୟ ଓ ଦିବ୍ୟ ମନ୍ଦିରରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ହେବାକୁ ଥିବା ବେଳେ ସେଠାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ସେ ଆଜି ଅଯୋଧ୍ୟାରେ ନବନିର୍ମିତ ମହର୍ଷି ବାଲ୍ମିକୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଉଦଘାଟନ କରିବେ। ଏଥିସହ ନବୀକୃତ ଅଯୋଧ୍ୟା ଧାମ ଜଙ୍କସନ୍ ରେଲୱେ ଷ୍ଟେସନର ଲୋକାର୍ପଣ ଏବଂ ବନ୍ଦେ ଭାରତ ଓ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବେ ମୋଦି।

Advertisment

ଅଯୋଧ୍ୟା ଧାମ ଜଙ୍କସନ ରେଳଷ୍ଟେସନର ଉଦଘାଟନୀ ଅବସରରେ ଆଜି ମାଲଦା ଟାଉନ-ବେଙ୍ଗାଲୁରୁ ଅମୃତ ଭାରତ ଟ୍ରେନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି। ଅଯୋଧ୍ୟାରୁ ଭିଡିଓ କନଫରେନସିଂ ଜରିଆରେ ମୋଟ ଛଅଟି ନୂତନ ବନ୍ଦେ ଭାରତ ଟ୍ରେନ୍ ଏବଂ ଦୁଇଟି ଅମୃତ ଭାରତ ଟ୍ରେନ୍ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଓଡ଼ିଶାରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ, ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ, ବିଜୟନଗରମ ଏବଂ ବିଶାଖାପାଟନମ ଷ୍ଟେସନରେ ସାଂସଦ ଏବଂ ବିଧାୟକମାନେ ଟ୍ରେନକୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି।

ଅମୃତ ଭାରତ ଟ୍ରେନ୍ ହେଉଛି ଦେଶର ଏକ ନୂତନ ଧରଣର ସୁପରଫାଷ୍ଟ ଯାତ୍ରୀବାହୀ ଟ୍ରେନ୍। ଯେଉଁଥିରେ ଏକ ଅଣ-ଶୀତତାପ ନିୟନ୍ତ୍ରିତ କୋଚ୍ ସହିତ LHB କୋଚ ରହିଛି, ଯାହାକି ଏହା ପୁସ୍ ପୁଲ ଟ୍ରେନ୍ ଭାବେ ଉଭୟ ପାର୍ଶ୍ୱରେ ଇଂଜିନ ସହିତ ଚଳାଚଳ କରିବ। ଟ୍ରେନରେ ଯାତ୍ରୀଙ୍କ ପାଇଁ ସୁନ୍ଦର ତଥା ଆକର୍ଷଣୀୟ ଡିଜାଇନ୍ ସିଟ୍, ଉନ୍ନତ ଲଗେଜ୍ ର୍ୟାକ୍, ଉପଯୁକ୍ତ ମୋବାଇଲ୍ ଧାରକ ସହିତ ମୋବାଇଲ୍ ଚାର୍ଜିଂ ପଏଣ୍ଟ, ଏଲଇଡି ଲାଇଟ୍, ସିସିଟିଭି, ସର୍ବସାଧାରଣ ସୂଚନା ବ୍ୟବସ୍ଥା ଭଳି ଉନ୍ନତ ସୁବିଧା ରହିଛି।

Advertisment

ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ ସହିତ ଅଯୋଧ୍ୟାରେ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। ଏଠାରେ ମୋଦିଙ୍କ ରୋଡ୍ ଶୋ' କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏଥିପାଇଁ ଅଯୋଧ୍ୟାରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେପଟେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଅଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି। ଏକ ପ୍ରକାର ଉତ୍ସବ ମୁଖର ହୋଇପଡିଛି ଅଯୋଧ୍ୟା। ଉତ୍ତରପ୍ରଦେଶ, ରାଜସ୍ଥାନର ବିଭିନ୍ନ ଲୋକନୃତ୍ୟ ଦଳ ପାରମ୍ପରିକ ପୋଷାକ ପିନ୍ଧି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି।

PM Modi Ayodhya Ram Mandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe