ଉତ୍ତରପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମନ୍ଦିରର ଉଦଘାଟନ ଆସନ୍ତା ବର୍ଷ ଜାନୁଆରୀ ୨୨ରେ ହେବ। ଉଦଘାଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଜାନୁଆରୀ ୨୨ ତାରିଖ ଦିନ ୧୨.୩୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହେବ।
ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟମାନେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ମନ୍ଦିରର ପ୍ରାଣ ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ଗ୍ରହଣ କରି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ ବୋଲି କହିଛନ୍ତି।
ଭେଟଘାଟ ପରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସୋଶାଲ ମିଡିଆ ଆକାଉଣ୍ଟ ଏକ୍ସରେ କହିଛନ୍ତି ଯେ “ଜୟ ଶିୟାରାମ। ଆଜିର ଦିନ ଅନେକ ଭାବନରେ ପୂରି ଯାଇଛି। ଏବେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପଦାଧିକାରୀମାନେ ମୋତେ ଭେଟିବା ପାଇଁ ମୋ ବାସଭବନକୁ ଆସିଥିଲେ। ସେମାନେ ମୋତେ ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଆଯୋଧ୍ୟା ଆସିବାକୁ ନିମନ୍ତ୍ରଣ କରିଛନ୍ତି। ମୁଁ ନିଜକୁ ବହୁତ ଧନ୍ୟ ମନେ କରୁଛି। ମୋ ଜୀବନକାଳ ମଧ୍ୟରେ ମୁଁ ଏପରି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ବନିବାକୁ ଯାଉଥିବାରୁ ନିଜକୁ ସୌଭାଗ୍ୟ ମନେ କରୁଛି।”
ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ଯେ ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ଭଗବାନ ଶ୍ରୀରାମ ଲଲାଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ କରିବେ।
जय सियाराम!
— Narendra Modi (@narendramodi) October 25, 2023
आज का दिन बहुत भावनाओं से भरा हुआ है। अभी श्रीराम जन्मभूमि तीर्थ क्षेत्र ट्रस्ट के पदाधिकारी मुझसे मेरे निवास स्थान पर मिलने आए थे। उन्होंने मुझे श्रीराम मंदिर में प्राण-प्रतिष्ठा के अवसर पर अयोध्या आने के लिए निमंत्रित किया है।
मैं खुद को बहुत धन्य महसूस कर रहा… pic.twitter.com/rc801AraIn
ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଚାଲିଥିବା ୩ ମହଲା ବିଶିଷ୍ଟ ଭବ୍ୟ ରାମ ମନ୍ଦିରର କାମ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ। ମନ୍ଦିରର ଗ୍ରାଉଣ୍ତ ଫ୍ଲୋର ନିର୍ମାଣ କାମ ଡିସେମ୍ବର ସୁଦ୍ଧା ଶେଷ ହୋଇଯିବ। ଏହାପରେ ମନ୍ଦିରର ପ୍ରତିଷ୍ଠା ଜାନୁଆରୀ ୨୨ରେ କରାଯିବ ବୋଲି ମନ୍ଦିର ନିର୍ମାଣ କମିଟିର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା ଏହାପୂର୍ବରୁ କହିଥିଲେ।
ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ୨୦ରୁ ୨୪ ଯାଏ ଚାଲିବାକୁ ଥିବା ବେଳେ ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଯୋଗଦେବେ। ମନ୍ଦିରକୁ ହଜାରେ ବର୍ଷ ଯାଏ ସୁରକ୍ଷିତ ଭାବେ ରଖିବା ପାଇଁ ସବୁ ପ୍ରକାରର ବ୍ୟବସ୍ଥା ହୋଇଛି।
ପ୍ରାଣ ପ୍ରତିଷ୍ଠା ଉତ୍ସବ ସାଧୁ ଓ ସନ୍ଥଙ୍କ ଅନୁମତିକ୍ରମେ ଆରମ୍ଭ ହେବ। ଆସନ୍ତା ବର୍ଷ ଜାନୁଆରୀ ୨୨ରେ ଯେତେବେଳେ ମନ୍ଦିର ପ୍ରତିଷ୍ଠା ହେବ ସେତେବେଳେ ପ୍ରବଳ ଭିଡ଼ର ଆଶଙ୍କା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।