Advertisment

ନାମାଙ୍କନ ଦାଖଲ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ଅଦ୍ୟତନ ହୋଇଛି
Modi File Nomination

Modi File Nomination

Advertisment

ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ।

Advertisment

ସେହିପରି ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ପାଇଁ ୪ ଜଣ ପ୍ରସ୍ତାବକ ପଣ୍ଡିତ ଗଣେଶ୍ୱର ଶାସ୍ତ୍ରୀ, ବୈଜନାଥ ପଟେଲ, ଲାଲଚାନ୍ଦ କୁଶୱା ଏବଂ ସଞ୍ଜୟ ସୋନକର ମଧ୍ୟ ଉପସ୍ଥିତ ଥିଲେ। ଏହା ବ୍ୟତୀତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହ ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ନାମାଙ୍କନ ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରାଣସୀର ଦଶାଶ୍ୱମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ। ପରେ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ସହ ଆଳତି କରିଥିଲେ। ସେଠାରୁ ବାହାରି ସିଧା ବାରାଣସୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମୋଦି।

Advertisment

କହିରଖୁ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।  ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ। ଏଥିର ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ପ୍ରାର୍ଥୀ କରିଛି।

PM Modi Modi File Nomination Varanasi Loksabha Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe