Advertisment

ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ପୋଲାଣ୍ଡ ପରେ ମୋଦି ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତ ମଧ୍ୟ କରିବେ। ଏଥିପାଇଁ ସେ ପୋଲାଣ୍ଡରୁ ୟୁକ୍ରେନ ପର୍ଯ୍ୟନ୍ତ ୧୦ ଘଣ୍ଟା ଟ୍ରେନରେ ଯାତ୍ରା କରିବେ।

PM Modi

PM Modi

Advertisment

ତିନି ଦିନିଆ ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ପୋଲାଣ୍ଡର ୱାର୍ସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯିବ।

Advertisment

ଏଠାରେ ସେ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ୍ ଡୁଡାଙ୍କୁ ଭେଟିବେ। ଏଥିସହ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏହା ବ୍ୟତୀତ ପିଏମ ମୋଦି ପୋଲାଣ୍ଡରେ ରହୁଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି। ସେପଟେ ପୋଲାଣ୍ଡରେ ରହୁଥିବା ଭାରତୀୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ତାଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।

ପୋଲାଣ୍ଡ ପରେ ମୋଦି ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତ ମଧ୍ୟ କରିବେ। ଏଥିପାଇଁ ସେ ପୋଲାଣ୍ଡରୁ ୟୁକ୍ରେନ ପର୍ଯ୍ୟନ୍ତ ୧୦ ଘଣ୍ଟା ଟ୍ରେନରେ ଯାତ୍ରା କରିବେ। ୧୯୯୨ ମସିହାରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହେବା ପରେ ୟୁକ୍ରେନକୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେବ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନ ଗସ୍ତ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ ତଥା ବିସ୍ତାର କରିବାରେ ସହାୟକ ହେବ।

Advertisment

Poland PM Modi Ukraine
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe