Advertisment

ଆଜି ଓଡ଼ିଶା ଆସୁଛନ୍ତି ମୋଦି; ଟ୍ରେନ୍‌ ଦୁର୍ଘଟଣାସ୍ଥଳ ସହ ଏସସିବି ବି ଯିବେ

ପ୍ରଧାମନ୍ତ୍ରୀ ପ୍ରଥମେ ଟ୍ରେନ୍‌ ଦୁର୍ଘଟଣା ସ୍ଥଳ ବାଲେଶ୍ୱରର ବାହାନଗାକୁ ଯିବେ। ସେଠାରେ ସେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତରମାନେ ଚିକିତ୍ସିତ ହେଉଥିବା କଟକ ଏସସିବି ମେଡିକାଲ କଲେଜକୁ ଯିବେ।

PM Modi

PM Modi

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସିବେ। ପ୍ରଧାମନ୍ତ୍ରୀ ପ୍ରଥମେ ଟ୍ରେନ୍‌ ଦୁର୍ଘଟଣା ସ୍ଥଳ ବାଲେଶ୍ୱରର ବାହାନଗାକୁ ଯିବେ। ସେଠାରେ ସେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତରମାନେ ଚିକିତ୍ସିତ ହେଉଥିବା କଟକ ଏସସିବି ମେଡିକାଲ କଲେଜକୁ ଯିବେ। ସେଠାରେ ସେ ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବେ। ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି।

Advertisment

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ପୁଅ ମଧ୍ୟ ଆଜି ଦୁର୍ଘଟଣାସ୍ଥଳ ଆସିବାର କାର୍ଯ୍ୟକ୍ରମ ରହିଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କ ସହ ତାମିଲନାଡୁ ସରକାରଙ୍କ ଏକ ପ୍ରତିନିଧି ଦଳ ମଧ୍ୟ ଆସିବେ ବୋଲି ଜଣାଯାଇଛି।

ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩ଶହ ମୁହାଁ ହୋଇଥିବା ବେଳେ ୯ଶହରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇ ମରଣ ସହ ସଂଘର୍ଷ କରୁଛନ୍ତି। ଏହା ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ବେଳେ ସମଗ୍ର ଦେଶବାସୀ ଭାଙ୍ଗି ପଡ଼ିଥିବା ବେଳେ ବିଭିନ୍ନ ମହଲରୁ ମିଶ୍ର ପ୍ରତିକ୍ରିୟା ଆସୁଛି।

Advertisment

ଗତକାଲି ରାତିରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାୟ ୩ଶହ ପାଖାପାଖି ଯାତ୍ରୀଙ୍କର ଅକାଳ ବିୟୋଗ ହୋଇଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଆଜି ସକାଳେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ପ୍ରଥମେ ଉଦ୍ଧାର କାର୍ଯ୍ୟ ସମେତ ଗୁରୁତରଙ୍କୁ ଚିକିତ୍ସା ଯୋଗାଇଦେବାକୁ ପ୍ରାଥମିକତା ଦିଆଯାଉଛି। ଏହାପରେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୁର୍ଘଟଣାର କାରଣ ଖୋଜାଯିବ ବୋଲି ସେ କହିଛନ୍ତି। ଏହି ଦୁର୍ଘଟଣାର ମୃତକଙ୍କ ପ୍ରତି ସମବେଦନା ଜଣାଇବାକୁ ଆଜି ଓଡ଼ିଶା ଓ ତାମିଲନାଡ଼ୁରେ ଦିନିକିଆ ଶୋକ ପାଳନ କରାଯାଉଛି। 

Odisha Train Accident Modi TrainMishapInOdisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe