Advertisment

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନିଜର ଉଦବୋଧନ ବେଳେ ମହାମହିମ ରାଷ୍ଟ୍ରପତି ନୂଆ ସରକାରର ନୀତି, ଯୋଜନା ଏବଂ ଆଗାମୀ ରୋଡ୍ ମ୍ୟାପ ସମ୍ପର୍କରେ ସୂଚନା ଦେଇପାରନ୍ତି।

author-image
Madhupriya Mistry
undefined

Draupadi Murmu

ସଂସଦର ମିଳିତ ଅଧିବେଶନକୁ ଆଜି ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକସଭା ଏବଂ ୨୬୪ ତମ ରାଜ୍ୟସଭାର ମିଳିତ ଅଧିବେଶନରେ ଉଦବୋଧନ ରଖିବେ ମାଡାମ୍ ପ୍ରେସିଡେଣ୍ଟ। ନିଜର ଉଦବୋଧନ ବେଳେ ମହାମହିମ ରାଷ୍ଟ୍ରପତି ନୂଆ ସରକାରର ନୀତି, ଯୋଜନା ଏବଂ ଆଗାମୀ ରୋଡ୍ ମ୍ୟାପ ସମ୍ପର୍କରେ ସୂଚନା ଦେଇପାରନ୍ତି।

Advertisment

ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନକୁ ସମ୍ବୋଧନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଭବନରୁ ଅଶ୍ୱବାହିନୀଙ୍କ ସୁରକ୍ଷା ବଳୟ ମଧ୍ୟରେ ସଂସଦକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆ ସଂସଦ ଭବନର ଗଜ ଦ୍ୱାର ଦେଇ ରାଷ୍ଟ୍ରପତି ପ୍ରବେଶ କରିବେ। ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉଭୟ ଗୃହର ପ୍ରିଜାଇଡିଂ ଅଫିସର ସ୍ୱାଗତ କରିବେ।

ସମ୍ବିଧାନର ଧାରା ୧୮ ଅନୁସାରେ ପ୍ରତ୍ୟେକ ଲୋକସଭା ନିର୍ବାଚନ ପରେ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ସମ୍ବୋଧିତ କରିବାର ନିୟମ ରହିଛି। ଦୁଇ ଦିନ ହେବ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇସାରିଥିବା ବେଳେ ଆଜିଠୁ ଆରମ୍ଭ ହେବ ରାଜ୍ୟସଭାର ଗୃହ କାର୍ଯ୍ୟ। ସେପଟେ ଜୁଲାଇ ୨ ଏବଂ ୩ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହେବା ସହ ଚର୍ଚ୍ଚା ହେବ।

Advertisment
Draupadi Murmu Parliament Session