Advertisment

ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇଲେ ରାଷ୍ଟ୍ରପତି

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଛନ୍ତି। ଏହି ବଜେଟ୍‌ଙ୍କୁ ରାଷ୍ଟ୍ରପତିଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି।

Droupadi Murmu giving 'dahi cheeni' blessings to Nirmala Sitharaman

Droupadi Murmu giving 'dahi cheeni' blessings to Nirmala Sitharaman

Advertisment

ଆଜି ସଂସଦରେ ଉପସ୍ଥାପତି ହେବ ସାଧାରଣ ବଜେଟ୍‌। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଛନ୍ତି। ଏହି ବଜେଟ୍‌ଙ୍କୁ ରାଷ୍ଟ୍ରପତିଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଏହି ସମୟରେ ଦେଖିବାକୁ ମିଳିଥିଲା ନିଆରା ଦୃଶ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଥିଲେ।

Advertisment

ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ବଜେଟ ଉପସ୍ଥାପନ ପୂର୍ବରୁ ଆଶୀର୍ବାଦ କରିଥିଲେ। ନିଜ ହାତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଦେଇଥିଲେ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ।

Advertisment

ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ୱପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇପାରନ୍ତି। ବିଶେଷ କରି ଏହି ବଜେଟ୍ ଉପରେ ମଧ୍ୟବିତ୍ତ ବର୍ଗ ଲୋକଙ୍କ ନଜର ରହିଛି। ଆୟକର ଛାଡ଼ ଏବଂ ଷ୍ଟାଣ୍ଡାର୍ଡ ଡିଡକ୍ସନ ସୀମା ବଢ଼ାଇବା ଲାଗି ସେ ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି।

Draupadi Murmu Nirmala Sitharaman Budget2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe