Advertisment

କତାର ଶୁଣିଲା ଭାରତର ଅପିଲ୍‌; ୮ ପୂର୍ବତନ ନୌସେନା ଅଧିକାରୀଙ୍କ ମୃତ୍ୟୁଦଣ୍ଡାଦେଶ ମାମଲାର ହେବ ଶୁଣାଣି

କତାର କୋର୍ଟରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମାମଲାର ହେବ ପୁର୍ନବିଚାର। ଭାରତ ସରକାରଙ୍କ ତରଫରୁ ଏଥିନିମନ୍ତେ ଆବେଦନ କରାଯାଇଥିବା ବେଳେ ଏହାକୁ ଗ୍ରହଣ କରିଛି କତାର।

Navy

Navy

Advertisment

କତାର କୋର୍ଟରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମାମଲାର ହେବ ପୁର୍ନବିଚାର। ଭାରତ ସରକାରଙ୍କ ତରଫରୁ ଏଥିନିମନ୍ତେ ଆବେଦନ କରାଯାଇଥିବା ବେଳେ ଏହାକୁ ଗ୍ରହଣ କରିଛି କତାର।

Advertisment

କତାରର ଏକ କୋର୍ଟ ଗୁରୁବାର ଭାରତ ସରକାରଙ୍କ ଏହି ଅପିଲକୁ ସ୍ୱୀକାର କରିଛନ୍ତି। ଏଥିସହ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଖୁବ୍‌ ଶୀଘ୍ର ହେବ ବୋଲି କୁହାଯାଇଛି।

କତାର କୋର୍ଟ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିବା ବେଳେ ଭାରତ ଏହା ବିରୋଧରେ ତୁରନ୍ତ ଅପିଲ୍‌ କରିଥିବା ଭାରତର ବୈଦେଶିକ ମନ୍ତ୍ରାଳୟର ପ୍ରବକ୍ତା ଅରିନ୍ଦମ ବାଗଚୀ ସୂଚନା ଦେଇଥିଲେ।

Advertisment

ଙ୍କୁ ମୃତ୍ୟୁଦଣ୍ଡାଦେଶ ଦିଆଯାଇଥିବା ବେଳେ ଭାରତ ସରକାର ଆଜି ଏହା ବିରୋଧରେ ଆବେଦନ କରିଛନ୍ତି।

ଇସ୍ରାଏଲ ପାଇଁ ଗୁଇନ୍ଦାଗିରି କରୁଥିବା ଅଭିଯୋଗରେ ଗତ ୨୦୨୨ ଅଗଷ୍ଟ ମାସରେ ଭାରତୀୟ ନୌସେନାର ଏହି ୮ ପୂର୍ବତନ ଅଧିକାରୀଙ୍କୁ କତାରର ଗୁଇନ୍ଦା ସଂସ୍ଥା ଗିରଫ କରିଥିଲା। ସେମାନେ କତାରର ଏକ କଂପାନୀରେ କାମ କରୁଥିଲେ। ତେବେ ଗତ ସେପ୍ଟେମ୍ବର ମାସରେ ପ୍ରଥମ ଥର ପାଇଁ ଭାରତୀୟ ଦୂତାବାସକୁ ଏ ସଂପର୍କରେ ସୂଚନା ଦିଆଯାଇଥିଲା। ପ୍ରାୟ ବର୍ଷେ ଧରି ଜେଲରେ ରଖିବା ପରେ ଗତ ମାସରେ ସେମାନଙ୍କୁ କତାରର ଏକ କୋର୍ଟ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ।

ଏହି ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ ହେଉଛନ୍ତି- କ୍ୟାପଟେନ୍ ନବତେଜ ସିଂହ ଗିଲ୍, କ୍ୟାପଟେନ୍ ବୀରେନ୍ଦ୍ର କୁମାର ବର୍ମା, କ୍ୟାପଟେନ୍ ସୌରଭ ବଶିଷ୍ଟ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦୁ ତିୱାରୀ, କମାଣ୍ଡର ସୁଗୁଣାକାର ପକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଓ ସେଲର ରାଗେଶ। ସେମାନେ ବାରମ୍ବାର ଜାମିନ ପାଇଁ ଆବେଦନ କରିଥିଲେ। ହେଲେ ସବୁ ଖାରଜ ହୋଇଯାଇଥିଲା ।

ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହି ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀଙ୍କ ପରିବାର ସହ ଯୋଗାଯୋଗ କରାଯାଇଥିବା ବେଳେ ସେମାନଙ୍କୁ ମୁକ୍ତ କରିବାକୁ ଯଥାସମ୍ଭବ ଚେଷ୍ଟା ଅବ୍ୟାହତ ରହିଛି।

Indian Navy Court Jhatka Qatar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe