Advertisment

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା, ଗଣେଶ ପୂଜାରେ ବସିବ ସ୍ୱତନ୍ତ୍ର ଅଧିବେଶନ

ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ।

author-image
Debibandita Barick
Flag Hosting At New Parliament Building

Flag Hosting At New Parliament Building

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା। ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଗଜଦ୍ୱାରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଉପରାଷ୍ଟ୍ରପତି।

Advertisment

ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଳୀଧନରଙ୍କ ସମେତ ଉଭୟ ସଦନ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ।

Advertisment

ଗଣେଶ ପୂଜାଠାରୁ ନୂଆ ସଂସଦ ଭବନରେ ଅଧିବେଶନ ଆରମ୍ଭ ହେବ। ଆସନ୍ତାକାଲି(ସେପ୍ଟେମ୍ବର 18)ରୁ 22 ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ବ୍ୟାପୀ ସଂସଦର ସ୍ୱତନ୍ତ୍ର ଅଧିବେଶନ ବସିବ। ପୁରୁଣା ଭବନରେ ପ୍ରଥମ ଦିନର ଅଧିବେଶନରେ ଆଲୋଚନା ହେବ। ଏହାପର ଦିନ ଗଣେଶ ପୂଜାରେ ନୂଆ ସଂସଦ ଭବନରେ ଅଧିବେଶନ ଚାଲିବ।

Parliament Rajya Sabha Chairman National Flag Hoists New Parliament Building