Advertisment

କେତେ ସମ୍ପତ୍ତି ଛାଡ଼ି ଯାଇଛନ୍ତି ରତନ ଟାଟା, କିଏ ହେବେ ଉତ୍ତରାଧିକାରୀ?

୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଗ୍ରୁପ ଆଣ୍ଡ ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟା।

ଅଦ୍ୟତନ ହୋଇଛି
Ratan Tata

Ratan Tata

Advertisment

ଆଉ ନାହାନ୍ତି ଭାରତର ବିଶିଷ୍ଟ ଉଦ୍ୟୋଗପତି ରତନ ଟାଟା। ଭାରତୀୟ ଶିଳ୍ପ ଜଗତରେ ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି ଶିଳ୍ପପତି ରତନ ଟାଟା। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତେବେ ରତନ ଟାଟାଙ୍କ ଦେହାନ୍ତକୁ ନେଇ ଚାରିଆଡେ ଶୋକର ଛାୟା ଖେଳି ଯାଇଥିବା ବେଳେ କିଏ ହେବେ ତାଙ୍କ ଉତ୍ତରାଧିକାରୀ ତାକୁ ନେଇ ସମସ୍ତଙ୍କ ମନରେ ରହିଛି ପ୍ରଶ୍ନ।

Advertisment

ସମସ୍ତେ ଜାଣନ୍ତି ଯେ ରତନ ଟାଟା ଅବିବାହିତ ଥିଲେ। ଏଥିପାଇଁ ତାଙ୍କର କେହି ସନ୍ତାନ ମଧ୍ୟ ନାହାନ୍ତି। ରତନ ଟାଟା ନିଜ ପଛରେ ୩୮୦୦ କୋଟି ଟଙ୍କାର ସମ୍ପତ୍ତି ଛାଡି ଯାଇଛନ୍ତି। ତେବେ ଏହି ଅଚଳାଚଳ ସମ୍ପତ୍ତିର ଉତ୍ତରାଧିକାରୀ କିଏ ହେବେ? ଏହାକୁ ନେଇ ଏବେ କଳ୍ପନା ଜଳ୍ପନା ଚାଲିଛି।

ବର୍ତ୍ତମାନ ସମ୍ଭାବ୍ୟ ଉତ୍ତରାଧିକାରୀଙ୍କ ମଧ୍ୟରେ ରତନ ଟାଟାଙ୍କ ସାବତ ଭାଇ ନୋଏଲ୍ ଟାଟା ଶୀର୍ଷରେ ଅଛନ୍ତି। ନୋଏଲ୍ ଟାଟା, ରତନ ଟାଟାଙ୍କ ବାପା ନାଭାଲ ଟାଟାଙ୍କ ଦ୍ୱିତୀୟ ପତ୍ନୀ ସିମୋନଙ୍କ ପୁଅ। ପରିବାରର ଏକ ଅଂଶ ହୋଇଥିବା ଯୋଗୁ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ନୋଏଲ୍ ଟାଟାଙ୍କ ନାମ ଆଗରେ ରହିଛି। ନୋଏଲ୍ ଟାଟାଙ୍କର ତିନୋଟି ସନ୍ତାନ ଅଛନ୍ତି। ଏମାନେ ହେଉଛନ୍ତି ମାୟା ଟାଟା, ନେଭିଲ୍ ଟାଟା ଏବଂ ଲିଆ ଟାଟା। ରତନ ଟାଟାଙ୍କ ସମ୍ପତ୍ତିର ସମ୍ଭାବ୍ୟ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଏମାନେ ମଧ୍ୟ ସାମିଲ ଅଛନ୍ତି।

Advertisment

ନୋଏଲ୍ ଟାଟାର ସମସ୍ତ ତିନୋଟି ପିଲା ବର୍ତ୍ତମାନ ଟାଟା ଗ୍ରୁପରେ ବିଭିନ୍ନ ଦାୟିତ୍ୱର ପରିଚାଳନା କରୁଛନ୍ତି। ୩୪ ବର୍ଷୀୟ ମାୟା ଟାଟା ଟାଟା ଅପର୍ଚ୍ୟୁନିଟି ଏବଂ ଟାଟା ଡିଜିଟାଲରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଟାଟା ନ୍ୟୁ ଆପ୍ ଲଞ୍ଚରେ ମଧ୍ୟ ତାଙ୍କର ଢ଼େର ଅବଦାନ ଥିଲା। ସେହିପରି ୩୨ ବର୍ଷୀୟ ନେଭିଲ ଟାଟା ଟ୍ରେଣ୍ଟ୍ ଲିମିଟେଡ ପ୍ରମୁଖ ହାଇପର୍ ମାର୍କେଟ୍ ଚେନ୍ ଷ୍ଟାର୍ ବଜାରକୁ ଲିଡ୍‌ କରୁଛନ୍ତି। ଏଥି ସହିତ ୩୯ ବର୍ଷୀୟା ଲିଆ ଟାଟା ଟାଟା ଗ୍ରୁପର ହସ୍ପିଟାଲିଟି ସେକ୍ଟରକୁ ଦେଖୁଛନ୍ତି। ସେ ତାଜ ହୋଟେଲ ରିସର୍ଟ ଏବଂ ପ୍ୟାଲେସର ପରିଚାଳନା କରୁଛନ୍ତି। ସେ ଇଣ୍ଡିଆନ ହୋଟେଲ କମ୍ପାନୀର ତଦାରଖ ମଧ୍ୟ କରୁଛନ୍ତି।

Ratan Tata Ratan Tata Passed Away
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe