Advertisment

ପାର୍ସୀ ରୀତିନୀତିରେ ରତନଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ସୀ ରୀତିନୀତିରେ ରତନ ଟାଟାଙ୍କ ଅନ୍ତିମ ସତ୍କାର।

author-image
Debibandita Barick
ଅଦ୍ୟତନ ହୋଇଛି
Ratan Tata's Cremation Ceremony

Ratan Tata's Cremation Ceremony

ପଞ୍ଚଭୂତରେ ବିଲୀନ ହୋଇଛି ରତନ ଟାଟାଙ୍କ ପାର୍ଥିବ ଶରୀର। ମୁମ୍ବାଇରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ସୀ ରୀତିନୀତିରେ ରତନ ଟାଟାଙ୍କ ଅନ୍ତିମ ସତ୍କାର ସମ୍ପାଦନ ହୋଇଛି।

Advertisment

ପାର୍ସୀ ସମ୍ପ୍ରଦାୟର ହୋଇଥିବାରୁ ତାଙ୍କ ମରଶରୀରକୁ ପୋତା ଯାଇନି କି ପୋଡ଼ା ଯାଇନି। ରୀତି-ନୀତି ଅନୁସାରେ ଶେଷକୃତ୍ୟ ସମ୍ପନ୍ନ ପୂର୍ବରୁ ମରଶରୀରକୁ ଗାଧୋଇ ଦିଆଯିବା ପରେ ନୂଆ ବସ୍ତ୍ର ପିନ୍ଧାଇ ଦିଆଯାଇଥିଲା।

ପାର୍ସି ପରମ୍ପରା କ୍ରମେ ଶରୀରକୁ ଶବଗୃହରେ ରଖଯାଏ। ସେଠାରେ ଚିଲ-ଶାଗୁଣା ଶବକୁ ଖାଇଥାନ୍ତି। କିନ୍ତୁ ବର୍ତ୍ତମାନ ଚିଲ-ଶାଗୁଣାଙ୍କ ସଂଖ୍ୟା ହ୍ରାସ ପାଇଥିବାରୁ ପାର୍ସୀ ପରମ୍ପରାରେ ଇଲେକ୍ଟ୍ରିକ୍ ଚୁଲାରେ ମୃତ ଶରୀର ପୋଡିବାର ପରମ୍ପରାକୁ ଆପଣାଯାଇଛି। ଏହି ପରମ୍ପରାକୁ 'ଦଖମା' କୁହାଯାଏ।ଏହି ନିୟମ ଅନୁସାରେ ରତନ ଟାଟାଙ୍କ ମରଶରୀରକୁ ଇଲେକ୍ଟିକ୍ ଚୁଲାରେ ପୋଡ଼ା ଯାଇଛି। 

Advertisment

ଗତକାଲି ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ରତନ ଟାଟା। ବାର୍ଦ୍ଧକ୍ୟ ଜନିତ ରୋଗ କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। 

ସେ ଭାରତୀୟ ଶିଳ୍ପ ଏବଂ ବ୍ୟବସାୟ କ୍ଷେତ୍ରରେ ଏକ ପ୍ରତିଷ୍ଠିତ ଚେହେରା ଥିଲେ। ବହୁ ବିଶିଷ୍ଟ ବ୍ୟକ୍ତି ରତନ ଟାଟାଙ୍କୁ ଅନ୍ତିମ ବିଦାୟ ଦେଇଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ।

Ratan Tata Ratan Tata Demise Ratan Tata Cremation