Advertisment

ଟ୍ରାକ୍ଟରକୁ ପିଟିଲା ଟ୍ରକ୍‌; ୧୦ ଶ୍ରମିକ ମୃତ, ୩ ଗୁରୁତର

ଟ୍ରାକ୍ଟରରେ ସମୁଦାୟ ୧୩ ଜଣ ଥିଲେ। ସେମାନେ ଶ୍ରମିକ ଭାବେ କାମ କରୁଥିବା ବେଳେ ପାଖ ଗାଁରୁ କାମ ସାରି ଘରକୁ ଫେରୁଥିଲେ।

Accident

Accident

Advertisment

ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରମାନଙ୍କୁ ଚିକିତ୍ସା ନିମନ୍ତେ ବାରାଣାସୀସ୍ଥିତ ହସ୍ପିଟାଲକୁ ପଠାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି।

Advertisment

ଟ୍ରାକ୍ଟରରେ ସମୁଦାୟ ୧୩ ଜଣ ଥିଲେ। ସେମାନେ ଶ୍ରମିକ ଭାବେ କାମ କରୁଥିବା ବେଳେ ପାଖ ଗାଁରୁ କାମ ସାରି ଘରକୁ ଫେରୁଥିଲେ। ମାତ୍ର ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି ଟ୍ରାକ୍ଟରକୁ ଖୁବ୍‌ ଜୋରରେ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା ଓ ୩ ଗୁରୁତର ହୋଇଥିଲେ।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଗୁରୁତରମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। 

Advertisment

 ଏହି ଖବର ପ୍ରଚାରିତ ହେବା ପରେ ବହୁ ସଂଖ୍ୟାରେ ଲୋକ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଦୀର୍ଘ ସମୟ ଜାତୀୟ ରାଜପଥ ଅବରୋଧ କରିବାରୁ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା।

ବରିଷ୍ଠ ଅଧିକାରୀ ଓ ପୁଲିସ୍‌ ଫୋର୍ସ ପହଞ୍ଚି ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏନେଇ ପୁଲିସ୍‌ ଏକ ମାମଲା ରୁଜୁ କରି ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି ଓ ଘଟଣାର ତଦନ୍ତ ଆରମ୍ଭ କରିଛି।

Accident Uttar Pradesh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe