Advertisment

ଘାଟିରେ ଓଲଟିଗଲା ପିକ୍‌ଅପ୍‌ ଭ୍ୟାନ୍‌; ୧୪ ମୃତ, ୨୧ ଗୁରୁତର

ରାସ୍ତାରେ ଦ୍ରୁତ ଗତିରେ ଯାଉଥିବା ବେଳେ ହଠାତ୍‌ ଓଲଟିଗଲା ଏକ ପିକ୍‌ଅପ୍‌ ଭ୍ୟାନ୍‌। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଗୁରୁତର ଆହତ ହୋଇଛନ୍ତି।

ଅଦ୍ୟତନ ହୋଇଛି
Accident

Accident

Advertisment

ଦ୍ରୁତ ଗତିରେ ଯାଉଥିବା ବେଳେ ହଠାତ୍‌ ଘାଟିରେ ଓଲଟିଗଲା ଏକ ପିକ୍‌ଅପ୍‌ ଭ୍ୟାନ୍‌। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଗୁରୁତର ଆହତ ହୋଇଛନ୍ତି। ଏପରି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ମଧ୍ୟପ୍ରଦେଶରର ଶାହପୁରା ଥାନା ଅଧୀନ ଦିନ୍ଦୋରୀରେ ଗତ ରାତିରେ ଘଟିଛି।

Advertisment

ଦୁର୍ଘଟଣାରେ ମୃତକ ତଥା ଗୁରୁତରଙ୍କ ପରିଚୟ ମିଳି ପାରିନି। ସେମାନେ ସମସ୍ତେ ପିକ୍‌ଅପ୍‌ ଭ୍ୟାନ୍‌ରେ ଏକ ଶାଦଖିଆ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଗାଡ଼ିଟି ଦ୍ରୁତ ଗତିରେ ଥିବା ବେଳେ ଡ୍ରାଇଭର ତାହା ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ବଡ଼ଝର ଘାଟିରେ ଓଲଟି ପଡ଼ିଥିଲା।

ଚିତ୍କାର ଶୁଣି ସଙ୍ଗେସଙ୍ଗେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

Advertisment

ପିକଅପ୍‌ ତଳୁ ସମସ୍ତଙ୍କୁ ବାହାର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ଏଥିସହ ୨୧ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। 

ଏହି ଦୁର୍ଘଟଣା ଯୋଗୁ ବହୁ ସମୟ ଧରି ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏହାପରେ ରାସ୍ତାରୁ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ରାସ୍ତାରୁ ହଟାଯିବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଏହି ଦୁର୍ଘଟଣା ପାଇଁ ଗଭୀର ଶୋକ ପ୍ରକଟ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ । ଆକସ୍ମିକ ଭାବେ ଘଟିଥିବା ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ସେ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଲେଖାଏ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଗୁରୁତରଙ୍କୁ ସବୁ ପ୍ରକାର ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଡା. ଯାଦବଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ଜଣେ କ୍ୟାବିନେଟ ମନ୍ତ୍ରୀ ଘଟଣାସ୍ଥଳକୁ ଯାଇଥିବା ଜଣାଯାଇଛି। 

Madhya Pradesh Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe