Advertisment

ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆନ୍ଦୋଳନରୁ ଫେରି ଡ୍ୟୁଟି କରିବାକୁ ଚାହୁଁଥିବା ମେଡିକାଲ କର୍ମଚାରୀ ଓ ଡାକ୍ତରଙ୍କୁ ସବୁ ପ୍ରକାରର ସୁରକ୍ଷା ଯୋଗାଇ ଦେବାର ବ୍ୟବସ୍ଥା କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ଗୃହ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

author-image
Hemant Lenka
ଅଦ୍ୟତନ ହୋଇଛି
Doctor

Doctor

କୋଲକାତା ହରର ପରେ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସାରା ଦେଶରେ ଡାକ୍ତର ଓ ମେଡିକାଲ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆଜି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଆନ୍ଦୋଳନରୁ ଫେରି ଡ୍ୟୁଟି କରିବାକୁ ଚାହୁଁଥିବା ମେଡିକାଲ କର୍ମଚାରୀ ଓ ଡାକ୍ତରଙ୍କୁ ସବୁ ପ୍ରକାରର ସୁରକ୍ଷା ଯୋଗାଇ ଦେବାର ବ୍ୟବସ୍ଥା କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ଗୃହ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ସୁପ୍ରିମକୋର୍ଟ କୋଲକାତା ହରର ଶୁଣାଣି ବେଳେ କହିଛନ୍ତି ଯେ ଡାକ୍ତରଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏନେଇ କେନ୍ଦ୍ର ଗୃହ ସଚିବ ଓ ସ୍ୱାସ୍ଥ୍ୟ ସଚିବ ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ। ଗୃହ ସଚିବ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବ ଏବଂ ଡିଜିପିଙ୍କ ସହ ଡାକ୍ତରଙ୍କ ବୈଠକ ଡାକନ୍ତୁ। ଗୋଟିଏ ସପ୍ତାହ ମଧ୍ୟରେ ବୈଠକ ଡାକି ସରକାରୀ ହସ୍ପିଟାଲରେ ମେଡିକାଲ କର୍ମଚାରୀଙ୍କ ସୁରକ୍ଷା ସମ୍ପର୍କରେ ଆଲୋଚନା କରନ୍ତୁ।

ବୈଠକର ଦୁଇ ସପ୍ତାହ ମଧ୍ୟରେ ରାଜ୍ୟଗୁଡ଼ିକ ଡାକ୍ତର ଓ ମେଡିକାଲ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକ ବନ୍ଦୋବସ୍ତ କରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏବେ ମାମଲାର ଶୁଣାଣି ସେପ୍ଟେମ୍ବର ୫ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି।

Advertisment

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଶୁଣାଣି ବେଳେ ସର୍ବୋଚ୍ଚ ଅଦାଲତ ଡାକ୍ତରମାନଙ୍କୁ କାର୍ଯ୍ୟକୁ ଫେରିଯିବାକୁ ଆହ୍ୱାନ କରିଥିଲେ।

ଆଇନ ତା ବାଟରେ କାର୍ଯ୍ୟ କରୁଛି। ଡାକ୍ତରମାନେ ସେମାନଙ୍କ କାର୍ଯ୍ୟ ଜାରି ରଖିବା ଉଚିତ୍ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଏଥିସହ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆନ୍ଦୋଳନରେ ଥିବା ଡାକ୍ତରଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ଆଶ୍ୱାସନା ଦେଇଛନ୍ତି ସୁପ୍ରିମକୋର୍ଟ।

ଆରଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ହଜାର ହଜାର ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀ ସୁରକ୍ଷା ଦାବି କରି ରାଜରାସ୍ତାକୁ ଓହ୍ଲାଇଥିଲେ। ତେବେ ସୁପ୍ରିମକୋର୍ଟଙ୍କ ସୁରକ୍ଷା ନିର୍ଦ୍ଦେଶ ପରେ କିଛି ସ୍ଥାନରେ ୧୧ ଦିନ ଧରି ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହେବା ଆରମ୍ଭ ହୋଇଛି।

Supreme Court Kolkata Doctor Rape And Murder Case