Advertisment

ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ମୁସଲିମ ଧର୍ମରେ ଛାଡ଼ପତ୍ର ପରେ ସ୍ତ୍ରୀକୁ ଭରଣ ପୋଷଣ ଦେବ ସ୍ୱାମୀ

ଆଇନ ଆଗରେ ଧର୍ମ ବାଧା ସୃଷ୍ଟି କରିପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।

ଅଦ୍ୟତନ ହୋଇଛି
Supreme Court

Supreme Court

Advertisment

ମୁସଲିମ ମହିଳାଙ୍କ ଅଧିକାରକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ଛାଡ଼ପତ୍ର ପରେ ବି ଆଇନଗତ ଦୃଷ୍ଟିରୁ ସ୍ତ୍ରୀର ଭରଣ ପୋଷଣ ଦାୟିତ୍ୱ ନେବାକୁ ସ୍ୱାମୀ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଭରଣ ପୋଷଣ କ୍ଷେତ୍ରରେ ଧର୍ମ ବାଧା ସୃଷ୍ଟି କରିପାରିବ ନାହିଁ ବୋଲି ରାୟରେ ଦର୍ଶାଇଛନ୍ତି ସର୍ବୋଚ୍ଚ ଅଦାଲତ। 

Advertisment

ସୂଚନା ଅନୁସାରେ, ତେଲାଙ୍ଗାନାର ଜଣେ ମୁସଲିମ ମହିଳା ଓ ତାଙ୍କ ସ୍ୱାମୀ ମହମ୍ମଦ ଅବଦୁଲ ମସାଦଙ୍କ ମଧ୍ୟରେ 2017ରେ ଛାଡ଼ପତ୍ର ହୋଇଥିଲା। କିନ୍ତୁ ମହିଳା ଜଣକ CrPCର ଧାରା 125 ଅନୁଯାୟୀ ସ୍ୱାମୀଙ୍କଠୁ ଭରଣ ପୋଷଣ ପାଇଁ ଦାବି କରିଥିଲେ। କିନ୍ତୁ ତାଙ୍କ ସ୍ୱାମୀ ଅବଦୁଲ ମସାଦ ଏହାକୁ ଚ୍ୟାଲେଞ୍ଜ କରିଥିଲେ। 

ଆଜି ସର୍ବୋଚ୍ଚ ଅଦାଲତର ଜଷ୍ଟିସ ବିଭି ନାଗାରତ୍ନ ଓ ଜଷ୍ଟିସ ଅଗସ୍ତିନ ଗର୍ଗ ମାସିହ ଏହା ଉପରେ ଶୁଣାଣି କରି ଅବଦୁଲଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି। CrPCର ଧାରା 125 ଅନୁସାରେ ଛାଡ଼ପତ୍ର ପରେ ବି ସ୍ୱାମୀ, ସ୍ତ୍ରୀର ଭରଣ ପୋଷଣ ଦାୟିତ୍ୱ ନେବାକୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। 

Advertisment

ଏହି ଆବେଦନର ଶୁଣାଣି ସମୟରେ, ଅବଦୁଲଙ୍କ ଓକିଲ ଯୁକ୍ତିବାଢ଼ି କହିଥିଲେ ଯେ, ତଲାକକୁ ନେଇ ସଂରକ୍ଷଣ ଅଧିକାର ଆଇନ, 1986 ଅନୁସାରେ ଜଣେ ମୁସଲିମ ମହିଳା CrPC ଧାରା 125ର ଅଧିକାର ପାଇବା ପାଇଁ ଦାବି କରିପାରିବ ନାହିଁ। ଏମିତିରେ 1986 ଅଧିନିୟମ ମୁସଲିମ ମହିଳାମାନଙ୍କ ପାଇଁ ଅଧିକ ଲାଭଦାୟକ। 

ଏହାକୁ ଖଣ୍ଡନ କରି ସର୍ବୋଚ୍ଚ ଅଦାଲତ କହିଛନ୍ତି, ମହିଳାମାନଙ୍କ ଭରଣ ପୋଷଣ କ୍ଷେତ୍ରରେ କୌଣସି ଧର୍ମ ବାଧା ସୃଷ୍ଟି କରିପାରିବ ନାହିଁ। କେବଳ ମୁସଲିମ ମହିଳା ନୁହଁନ୍ତି, ସମସ୍ତ ଧର୍ମର ମହିଳା ଭରଣ ପୋଷଣର ଅଧିକାର ପାଇଛନ୍ତି। ଧାରା 125 ଅନୁଯାୟୀ ସମସ୍ତ ଧର୍ମର ମହିଳା ତାଙ୍କ ସ୍ୱାମୀଙ୍କ ବିରୋଧରେ ରକ୍ଷଣାବେକ୍ଷଣ ମାମଲା ଦାୟର କରିପାରିବେ। ଧର୍ମ ଏଥିରେ ପ୍ରତିବନ୍ଧକ ସୃଷ୍ଟି କରିପାରିବ ନାହିଁ।

ଜଷ୍ଟିସ ନାଗାରତ୍ନ ମଧ୍ୟ ଏହି ରାୟ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ପୁରୁଷମାନଙ୍କୁ ପତ୍ନୀଙ୍କ ତ୍ୟାଗକୁ ସମ୍ମାନ ଜଣାଇବାର ସମୟ ଆସିଯାଇଛି। ସ୍ତ୍ରୀମାନଙ୍କୁ ଆର୍ଥିକ କ୍ଷେତ୍ରରେ ସହାୟତା କରିବା ପାଇଁ ଜଏଣ୍ଟ ଆକାଉଣ୍ଟ ସହ ATM ସୁବିଧା ରଖିବା ଉଚିତ୍ ବୋଲି ଜଷ୍ଟିସ ନାଗାରତ୍ନ ପରାମର୍ଶ ଦେଇଛନ୍ତି। 

Supreme Court Muslim Women Alimony
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe