Advertisment

କୋଲକାତା ହରର: ନିଜ ଆଡ଼ୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ, କରିବେ ଶୁଣାଣି

୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି। ପ୍ରଧାନ ବିଚାରପତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ।

Doctor

Doctor

Advertisment

ଦେଶକୁ ଦୋହଲାଇ ଦେଇଥିବା କୋଲକାତା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଶୁଣାଣି ସୁପ୍ରିମକୋର୍ଟ କରିବେ। ୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି। ପ୍ରଧାନ ବିଚାରପତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ।

Advertisment

କୋଲକାତା ଘଟଣାକୁ ନେଇ ଏବେ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି। କୋଲକାତା ପୁଲିସ୍‌ ପକ୍ଷରୁ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟକୁ ଗିରଫ କରାଯାଇଥିବା ବେଳେ ସିବିଆଇ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ଅଧିକ ତଦନ୍ତ କରୁଛି। ଏସବୁ ଭିତରେ ପୂରା ଦେଶରେ ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି ଓ ଡାକ୍ତରମାନେ ଡ୍ୟୁଟି ବେଳେ ସୁରକ୍ଷା ଦାବି କରି ଆନ୍ଦୋଳନ କରୁଛନ୍ତି।

ତେଣୁ ସୁପ୍ରିମକୋର୍ଟ ଏହି ଭୟଙ୍କର ଘଟଣାରେ ହସ୍ତେକ୍ଷପ କରିଛନ୍ତି। ଜଷ୍ଟିସ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେବି ପାରଡିୱାଲା ଓ ଜଷ୍ଟିସ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଏହାର ଶୁଣାଣି ଆସନ୍ତା ୨୦ ତାରିଖରେ କରିବେ।

Advertisment

ଅଗଷ୍ଟ ୯ ତାରିଖରେ କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ୩୧ ବର୍ଷୀୟ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା। ଘଟଣା ବିରୋଧରେ ପୂରା ଦେଶରେ ବିକ୍ଷୋଭ ଦେଖିବାକୁ ମିଳିଥିଲା। ଘଟଣାର ୧୨ ଘଣ୍ଟା ମଧ୍ୟରେ ପୁଲିସ୍‌ ସିଭିକ ସ୍ୱେଚ୍ଛାସେବୀ ସଞ୍ଜୟ ରୟକୁ ଗିରଫ କରିଥିଲା।

Kolkata Doctor Rape And Murder Case Supreme Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe