Advertisment

ମିନି ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ଗୋଟିଏ ପରିବାରର ୭ ଜୀବନ

ଏକ ମିନି ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ଗୋଟିଏ ପରିବାରର ବୋଲି ଜଣାଯାଇଛି।

author-image
Niharika Rout
Accident Spot

Accident Spot

ହରିୟାଣାର ଅମ୍ବାଲାରେ ଗୁରୁବାର ରାତିରେ ଏକ ଭୀଷଣ ସଡ଼କ ଦୁର୍ଘଟଣା ଘଟିଛି। ଏକ ମିନି ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ଗୋଟିଏ ପରିବାରର ବୋଲି ଜଣାଯାଇଛି। ଏହାବାଦ ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ଏକ ମିନି ବସ୍‌ରେ ପ୍ରାୟ ୩୫ ଯାତ୍ରୀ ବୈଷ୍ଣୋ ଦେବୀଙ୍କ ଦର୍ଶନ ନିମନ୍ତେ ଯାଉଥିଲେ। ଗତ ରାତିରେ ଗାଡ଼ିଟି ଦିଲ୍ଲୀ - ଜମ୍ମୁ ଜାତୀୟ ରାଜପଥରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଯାଉଥିବା ମିନି ବସ୍‌କୁ ଟ୍ରକ୍‌ଟି ପିଟିବାରୁ ବସ୍‌ଟି ଚୁରମାର ହୋଇ ଯାଇଛି।

ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ବସ୍‌ରୁ ମୃତକ ଓ ଆହତଙ୍କୁ ଉଦ୍ଧାର କରିଥିଲେ। ତୁରନ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌ ଚାଳକ ନିଶାସକ୍ତ ଅବସ୍ଥାରେ ଥିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣେ ଯାତ୍ରୀ କହିଛନ୍ତି। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisment
Accident Haryana News