Advertisment

ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର: ୨ ସେନାଧିକାରୀ ଓ ଡିଏସ୍‌ପି ସହିଦ୍‌

ଅନନ୍ତନାଗର କୋକେରନାଗ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ଅପରେସନ ଆରମ୍ଭ ହୋଇଥିଲା।

Kashmir

Kashmir

Advertisment

ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ବଡ଼ ଧରଣର ଏନକାଉଣ୍ଟର। ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଜଣେ ଡିଏସ୍‌ପି ସହିଦ ହୋଇଛନ୍ତି। ସେହିପରି ଆଉ କିଛି ଯବାନ ଓ ପୁଲିସ୍‌ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ଏବେ ବି ଘଟଣା ସ୍ଥଳରେ ଘମାଘୋଟ ଗୁଳି ବିନିମୟ ଜାରି ରହିଛି।

Advertisment

ମିଳିଥିବା ସୂଚନା ଅନୁସାରେ, ଅନନ୍ତନାଗର କୋକେରନାଗ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ଅପରେସନ ଆରମ୍ଭ ହୋଇଥିଲା। ସେନା ଓ ପୁଲିସ୍‌ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା। ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଥିଲା।

ଏ‌ଥିରେ ଆର୍ମିର ରାଜସ୍ଥାନ ରାଇଫଲ୍ସ ୟୁନିଟର କମାଣ୍ଡିଂ ଅଫିସର(କର୍ଣ୍ଣେଲ) ମନପ୍ରୀତ ସିଂହ, କମ୍ପାନୀ କମାଣ୍ଡର(ମେଜର) ଆଶିଷ ଧୋନଚାକ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଡିଏସ୍‌ପି ହ୍ୟୁମାନ୍ୟୁ ସହିଦ ହୋଇଛନ୍ତି। ଏବେ ବି ସର୍ଚ୍ଚ ଅପରେସନ ସହ ଗୁଳି ବିନିମୟ ଜାରି ରହିଛି। ଘଟଣା ସ୍ଥଳରୁ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀଙ୍କୁ ପଠାଯାଇଛି।

Advertisment

ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ, ଆର୍ମିର ୧୫ କ୍ରପ୍ସ କମାଣ୍ଡର ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଡିଜି ଦିଲବାଗ ସିଂହଙ୍କ ବହୁ ବରିଷ୍ଠ ଅଧିକାରୀ ଏନକାଉଣ୍ଟର ସ୍ଥଳରକୁ ଯାଇଛନ୍ତି। ଘଟଣା ସ୍ଥଳରୁ ୩ ବରିଷ୍ଠ ସୁରକ୍ଷାକର୍ମୀଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି।

ଏହି ଏନକାଉଣ୍ଟରର ୨୪ ଘଣ୍ଟା ପୂର୍ବରୁ ଜମ୍ମୁ-କଶ୍ମୀର ରଜୌରୀ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିଲେ। ଏଥିରେ ୨ ଜଣ ଆତଙ୍କବାଦୀ ମଦ୍ୟ ନିହତ ହୋଇଥିଲେ।

Terror Attack Encounter Jammu And Kashmir Encounter
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe